Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:22 - ପବିତ୍ର ବାଇବଲ

22 ସେ ବୃହତ ଓ ଶକ୍ତିଶାଳୀ ସୈନ୍ୟବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ୱରଙ୍କ, ଲୋକମାନଙ୍କ ଦ୍ୱାରା ମନୋନୀତ ଅଧିପତିକୁ ଧ୍ୱଂସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ଵାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ହିଁ ଭଗ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।

Gade chapit la Kopi




ଦାନିୟେଲ 11:22
11 Referans Kwoze  

“ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।


ପୁଣି ବାଷଠି ସପ୍ତାହ ପରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହେବେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ର ସ୍ଥାନ ନଷ୍ଟ କରିବେ। ବନ୍ୟାରେ ତାହା ଶେଷ ହେବ। ପୁଣି ଶେଷ ପର୍ଯ୍ୟନ୍ତ ଯୁଦ୍ଧ ହେବ। ଆଉ ପରମେଶ୍ୱର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।


“ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ୟା ବଳରେ ସଫଳକାମୀ ହେବ। ସେ ନିଜ ଅନ୍ତଃକରଣରେ ନିଜକୁ ବଡ଼ ମନେ କରିବ ଓ ନିରାପଦ ସମୟରେ ଅନେକଙ୍କୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ। ମାତ୍ର ସେ ମଣିଷ ହସ୍ତରେ ବିନାଶ ହେବ ନାହିଁ।


କିନ୍ତୁ, ସେ ତାଙ୍କର ଶତ୍ରୁମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ୟାଜଳ ପରି ସେମାନେ ଧୋଇ ହୋଇଯିବେ। ସେ ଅନ୍ଧକାରରେ ଶତ୍ରୁମାନଙ୍କୁ ଗୋଡ଼ାଇବେ।


ମୋର ପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ ଏବଂ ତାହା ତରଳି ଯିବ। ତତ୍ପରେ ସେଠାରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶରର ନୀଳନଦୀ ପରି ସେହି ଭୂମିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ।


ସେହି ଯୋଗୁଁ ସମଗ୍ରଦେଶ ଥରିବ। ସେହି ରାଜ୍ୟରେ ବାସ କରୁଥିବା ପ୍ରତ୍ୟେକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହେବ।”


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁସହିତ ସନ୍ଧି କରିଅଛୁ ଓ ପାତାଳ ସହିତ ଚୁକ୍ତି କରିଅଛୁ। ତେଣୁ ଜଳ ପ୍ରଳୟରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭେମାନେ ମିଥ୍ୟାର ଆଶ୍ରୟ ନେଇଅଛୁ ଓ ଅସତ୍ୟ ପଛରେ ନିଜକୁ ଲୁଗ୍ଭଇ ରଖିଅଛୁ।”


ବହୁଦେଶ ତାଙ୍କ ସହିତ ଚୁକ୍ତି ସ୍ଥିର କରିବେ, ମାତ୍ର ସେ ପ୍ରତାରଣା ପୂର୍ବକ କାର୍ଯ୍ୟ କରିବ। କାରଣ ସେ ଅଳ୍ପ ଲୋକଙ୍କ ଦ୍ୱାରା ପରାକ୍ରମୀ ହେବ।


Swiv nou:

Piblisite


Piblisite