Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:24 - ପବିତ୍ର ବାଇବଲ

24 “ଯେତେବେଳେ ଧନଶାଳୀ ଦେଶଗୁଡ଼ିକ ନିରାପଦ ଅନୁଭବ କରିବେ, ସେ ସେମାନଙ୍କୁ ଆକ୍ରମଣ କରିବ। ତାହା ପିତୃ ପିତାମହଗଣ ଯାହା କରି ନ ଥିଲେ ସେ ତାହା କରିବ। ସେ ତାକୁ ବନ୍ଧୁମାନଙ୍କ ମଧ୍ୟରେ ଲୁଣ୍ଠିତ ଦ୍ରବ୍ୟ ଅପହୃତ ବସ୍ତୁ ଓ ଧନ ବାଣ୍ଟି ଦେବ। ସେ ଅଳ୍ପ ସମୟ ପାଇଁ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେ ନିଶ୍ଚି; ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ।

Gade chapit la Kopi

ଓଡିଆ ବାଇବେଲ

24 ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।

Gade chapit la Kopi




ଦାନିୟେଲ 11:24
11 Referans Kwoze  

ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?


ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେ ସମୟରେ ନାନା ଭାବନା ତୁମ୍ଭ ମନରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।


ସେ ହେଉଛି ଏହିପରି ଲୋକ ଯେ କି ସର୍ବଦା ମୂଲ୍ୟ କଥା ଚିନ୍ତା କରେ। ସେ ଏପରି ତୁମ୍ଭକୁ କହିପାରେ, “ଖାଅ ପିଅ” କିନ୍ତୁ ତାହା ତା'ର ଅନ୍ତରର କଥା ନୁହେଁ।


ଅନେକ ଲୋକ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରତ୍ୟେକ ଲୋକ ସେହି ଲୋକର ବନ୍ଧୁ ହୁଅନ୍ତି ଯିଏ ଉପହାର ଦିଏ।


ଗୋଟିଏ ଉତ୍କୋଚ ଗୋଟିଏ ଯାଦୁ ପଥର ପରି, ଏହା ଜଣେ ଦେଇଥିବାର ଆଖିରେ ଅଟେ, ସେ ଯେଉଁ ଦିଗରେ ଘୂରେ, ସେ କୃପାଲାଭ କରେ।


ତହିଁରେ ସେମାନେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ନେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଖାଇଲେ। ସେମାନେ ତୁମ୍ଭର ମହା ମଙ୍ଗଳ ଦାନରେ ଆନନ୍ଦ କଲେ।


ତେଣୁ ପ୍ରାଚୀନମାନେ ତାକୁ ବା‌‌ଲ୍‌‌ବରୀତର ମନ୍ଦିରରୁ ସତୁରି ଖଣ୍ତ ରୂପା ଦେଲେ। ସେହି ରୂପାଖଣ୍ଡରେ ଅବୀମେଲକ୍ କେତେକ ଅଦରକାରୀ ଓ ଲୋକମାନଙ୍କୁ ରଖିଲା। ଯେଉଁଆଡ଼େ ସେ ଗଲା ସେମାନେ ତାକୁ ଅନୁସରଣ କଲେ।


ପୁଣି ସେହି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।


ମୁଁ ସେମାନଙ୍କୁ ଉତ୍ତମ ଗ୍ଭରଣଭୂମିରେ ଚରାଇବି। ଏବଂ ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତମାନଙ୍କ ଉପରେ ସେମାନଙ୍କର ଗୋଠ ହେବ। ସେହି ସ୍ଥାନରେ ସେମାନେ ଉତ୍ତମ ଗୋଠରେ ଶୟନ କରିବେ ଓ ଇସ୍ରାଏଲର ପର୍ବତଗୁଡ଼ିକର ପୁଷ୍ଟିକର ଗ୍ଭରଣଭୂମିରେ ସେମାନେ ଚରିବେ।


ବହୁଦେଶ ତାଙ୍କ ସହିତ ଚୁକ୍ତି ସ୍ଥିର କରିବେ, ମାତ୍ର ସେ ପ୍ରତାରଣା ପୂର୍ବକ କାର୍ଯ୍ୟ କରିବ। କାରଣ ସେ ଅଳ୍ପ ଲୋକଙ୍କ ଦ୍ୱାରା ପରାକ୍ରମୀ ହେବ।


Swiv nou:

Piblisite


Piblisite