Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:3 - ପବିତ୍ର ବାଇବଲ

3 ତା'ପରେ ଏକ ମହା ପରାକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହା କର୍ତ୍ତୃତ୍ୱରେ ରାଜତ୍ୱ କରିବ ଓ ସ୍ୱେଚ୍ଛାଗ୍ଭରୀ ହୋଇ କର୍ମ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ଵରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।

Gade chapit la Kopi




ଦାନିୟେଲ 11:3
10 Referans Kwoze  

“ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦେବତାଠାରୁ ନିଜକୁ ବଡ଼ ବୋଲି ସେ ଗର୍ବ କରିବ। ପୁଣି ସେ ଈଶ୍ୱରଗଣଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ ଶକ୍ତିଶାଳୀ କଥା କହିବ। ତା'ର କ୍ରୋଧ ଫଳବତୀ ନ ହେବା ପର୍ଯ୍ୟନ୍ତ ସେ ସଫଳ ହେବେ। କାରଣ ଯାହା ପରମେଶ୍ୱରଙ୍କ ଯୋଜନା କରିଛନ୍ତି ତାହା ହେବ।


“ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା'ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ।


ଆଉ ସେ ଛାଗ ହେଉଛି ଯବନ ଦେଶର ରାଜା। ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।


“ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।


ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।


ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।


କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।


ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।


ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।


Swiv nou:

Piblisite


Piblisite