Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:40 - ପବିତ୍ର ବାଇବଲ

40 “ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ଵାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।

Gade chapit la Kopi

ଓଡିଆ ବାଇବେଲ

40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।

Gade chapit la Kopi




ଦାନିୟେଲ 11:40
24 Referans Kwoze  

କେତେକ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସେମାନେ ଭୁଲ କରିବେ। ମାତ୍ର ସେହି ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ଶେଷ ସମୟ ପର୍ଯ୍ୟନ୍ତ ପତିତ ହେବେ। ସେହି ସମୟ ଆସିବ ଯେତେବେଳେ ପରମେଶ୍ୱର ନିଷ୍ପତ୍ତି କରିବେ।


“ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।


ସେହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀ‌‌‌କ୍ଷ୍‌‌‌ଣ ଏବଂ ଧାରୁଆ ଓ ସେମାନଙ୍କର ଧନୁଗୁଡ଼ିକ ଗୁଣଯୁକ୍ତ। ସେମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓ ସେମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶରେ ସୃଷ୍ଟି ହୁଏ।


ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।


ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ। ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।


“ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।”


ମୁଁ ତୁମ୍ଭକୁ ବନ୍ଦୀ କରିବି, ତୁମ୍ଭ କଳପାଟିରେ ଅଙ୍କୁଶ ଦେବି। ଆଉ ମୁଁ ତୁମ୍ଭକୁ, ତୁମ୍ଭର ସୈନ୍ୟମାନଙ୍କୁ ଓ ଅଶ୍ୱ ଏବଂ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବି। ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ବେଶରେ ସୁସଜ୍ଜିତ ଥିବେ ଏବଂ ସେମାନେ ସମସ୍ତ ଫଳକ, ଢାଲ ଓ ‌‌ଖ‌ଡ଼୍‌ଗ ଧାରଣ କରିଥିବେ।


ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି। ତାହାର କଥାଗୁଡ଼ିକ ଘୂର୍ଣ୍ଣିବାୟୁ ସଦୃଶ ଓ ତାହାର ଅସ୍ତ୍ରଗୁଡ଼ିକ ଉତ୍କ୍ରୋଶପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହେବେ। ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହେବ ଓ ଆମ୍ଭେମାନେ ବିନଷ୍ଟ ହେବା।


“ସାଗର ସମୀପସ୍ଥ ପ୍ରାନ୍ତର” ବିଷୟରେ ଶୋକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ୟା ତୁଲ୍ୟ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।


ଅଶ୍ୱାରୋହୀ ସୈନ୍ୟ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।


ସେ ବୃହତ ଓ ଶକ୍ତିଶାଳୀ ସୈନ୍ୟବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ୱରଙ୍କ, ଲୋକମାନଙ୍କ ଦ୍ୱାରା ମନୋନୀତ ଅଧିପତିକୁ ଧ୍ୱଂସ କରିବ।


ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।”


ଦେଖ, ସଦାପ୍ରଭୁ ଅତ୍ୟନ୍ତ କ୍ରୋଧରେ ପ୍ରଜ୍ୱଳିତ ଅଗ୍ନିଧରି ସେମାନଙ୍କୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।


“ମାତ୍ର ତାହାର ପରିବାରରୁ କେହି ଜଣେ ବ୍ୟକ୍ତି ଉତ୍ତର ଦେଶସ୍ଥ ସୈନ୍ୟବାହିନୀକୁ ଆକ୍ରମଣ କରିବ। ଏବଂ ସେହି ଯୁଦ୍ଧରେ ସେ ଜୟଯୁକ୍ତ ହେବ।


ସେତେବେଳେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ୱିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ସହିତ ଯୁଦ୍ଧରେ ଅଗ୍ରସର ହେବେ। ଯଦିଓ ଉତ୍ତର ଦେଶୀୟ ରାଜାଙ୍କର ବୃହତ୍ତ ସୈନ୍ୟବାହିନୀ ଥିବ, ତଥାପି ସେ ଯୁଦ୍ଧରେ ହାରିବ।


ଆଉ ଉତ୍ତର ଦେଶର ରାଜା ଫେରି ଏକ ବୃହତ୍ ସୈନ୍ୟବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପରେ ପୂର୍ବାପେକ୍ଷା ବିପୁଳ ସୈନ୍ୟ ସାମନ୍ତ ନେଇ ଦକ୍ଷିଣ ଦେଶ ଆକ୍ରମଣ କରିବ। ସେହି ସୈନ୍ୟମାନଙ୍କ ହସ୍ତରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିବେ।


“ପୁଣି ସେ ମହା ସୈନ୍ୟଦଳ ସଙ୍ଗରେ ନେଇ ଦକ୍ଷିଣ ଦେଶ ବିରୁଦ୍ଧରେ ଆପଣା ବଳ ଓ ସାହସ ଦେଖାଇବ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଘେନି ତାହା ସଙ୍ଗେ ଯୁଦ୍ଧ କରିବ। ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ, କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।


“ସେ ବିଦେଶୀୟ ଦେବତା ଶକ୍ତିର ଦେବତାର ସାହାଯ୍ୟରେ, ମ‌ଜ୍‌ବୁତ୍ ଦୁର୍ଗର ପ୍ରତିକୂଳରେ କାର୍ଯ୍ୟ କରିବ। ଯେକେହି ତାକୁ ସ୍ୱୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ଟଙ୍କା ପରିବର୍ତ୍ତେ ଭୂମି ବିଭାଗ କରିବ।


ତେଣୁ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ ଓ ମୁଦ୍ରିତ ହୋଇଅଛି।


ତୁମ୍ଭେ ତା'ର ନିଜ ବର୍ଚ୍ଛାରେ ତା'ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ। ସେହି ସୈନ୍ୟମାନେ ଶକ୍ତିଶାଳୀ ଝଡ଼ ଭଳି ଆମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆସିଥିଲେ। ଗୋଟିଏ ଗରିବ ଲୋକକୁ ଗୋପନରେ ଲୁଣ୍ଠନ କଲାପରି ସେମାନେ କଲେ।


ତୁମ୍ଭେ ତୁମ୍ଭର ସୈନ୍ୟଦଳ ଓ ତୁମ୍ଭ ସହିତ ବହୁତ ଦେଶ ଝଡ଼ି ସଦୃଶ ଉଠିବ। ତୁମ୍ଭେ ଓ ତୁମ୍ଭର ସୈନ୍ୟଦଳ ଦେଶକୁ ମେଘତୁଲ୍ୟ ଆଚ୍ଛନ୍ନ କରି ଆସିବ।’”


Swiv nou:

Piblisite


Piblisite