Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:45 - ପବିତ୍ର ବାଇବଲ

45 ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ଵୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

45 ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।

Gade chapit la Kopi




ଦାନିୟେଲ 11:45
29 Referans Kwoze  

ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।


“ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ୟା ବଳରେ ସଫଳକାମୀ ହେବ। ସେ ନିଜ ଅନ୍ତଃକରଣରେ ନିଜକୁ ବଡ଼ ମନେ କରିବ ଓ ନିରାପଦ ସମୟରେ ଅନେକଙ୍କୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ। ମାତ୍ର ସେ ମଣିଷ ହସ୍ତରେ ବିନାଶ ହେବ ନାହିଁ।


ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା'ର ସେନାବାହିନୀକୁ ବିନାଶ କରିଦେଲା।


ସ୍ୱର୍ଗଦୂତ ସେହି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସେହି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ଯ୍ୟନ୍ତ ଶିକୁଳିରେ ବାନ୍ଧି ଦେଲେ।


ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି, ତେବେ ସେ ବନ୍ଦୀ ହେବ। ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି, ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ। ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।


ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।


ସେଦିନ, ଯିରୁଶାଲମରୁ ସ୍ୱଚ୍ଛ ଜଳ ପ୍ରବାହିତ ହେବ। ସେ ଅଧା ପ୍ରବାହିତ ହେବ ସମୁଦ୍ର ଆଡ଼କୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡ଼କୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳରେ ହେବ।


ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।


ଆମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ରାଜ୍ୟ ଛାଡ଼ି ଯିବାକୁ ଉତ୍ତର ଦିଗକୁ ବିତାଡ଼ିତ କରିବା। ସେମାନଙ୍କୁ ଏକ ଶୁଷ୍କ, ଶୂନ୍ୟ ସ୍ଥାନକୁ ତଡ଼ିଦେବା। ସେମାନଙ୍କ ମଧ୍ୟରୁ କେତେକ ପୂର୍ବ ସମୁଦ୍ର ଆଡ଼େ ଯିବେ ଓ ଆଉ କେତେକ ପଶ୍ଚିମ ସମୁଦ୍ର ଆଡ଼େ ଯିବେ। ସେମାନେ ଏପରି ଭୟଙ୍କର କାର୍ଯ୍ୟ କରିଛନ୍ତି, ସେମାନେ ମୃତ ପ୍ରାୟ ହେବେ, ପଚିଯିବେ ଓ ସେଠାରୁ ଦୁର୍ଗନ୍ଧ ନିର୍ଗତ ହେବ।”


ଉତ୍ତର ଦେଶର ରାଜା ରମ୍ୟ ଦେଶରେ ପ୍ରବେଶ କରିବ ତହିଁରେ ଅନେକ ଦେଶ ପରାସ୍ତ ହେବେ। ମାତ୍ର ଇଦୋମ, ମୋୟାବ ଓ ଅମୋନ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।


“ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା'ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ।


“‘ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କର୍ତ୍ତୃତ୍ୱ କାଢ଼ି ନିଆଯିବ ଓ ରାଜ୍ୟ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବ।


ତା'ପରେ ସଙ୍ଗେ ସଙ୍ଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହୋଇ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ତା'ର କିଛି ରହିଲା ନାହିଁ। ଆଉ ସେହି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢ଼ିଲା ଓ ତାହା ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ମୁଁ ତୁମ୍ଭକୁ ବନ୍ଦୀ କରିବି ଓ ତୁମ୍ଭକୁ ଫେରାଇ ଆଣିବି। ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବି। ପୁଣି ଇସ୍ରାଏଲର ପର୍ବତସମୂହର ବିରୁଦ୍ଧରେ ତୁମ୍ଭକୁ ଆଣିବି।


ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, “ଆମ୍ଭେ ପରମେଶ୍ୱରଙ୍କ ପରି ସ୍ୱର୍ଗାରୋହଣ କରିବା। ଆମ୍ଭେ ସ୍ୱର୍ଗର ଊର୍ଦ୍ଧ୍ୱକୁ ଯିବା, ଆମ୍ଭେ ପରମେଶ୍ୱରଙ୍କ ତାରକାର ଊର୍ଦ୍ଧ୍ୱରେ ସିଂହାସନ ସ୍ଥାପନ କରିବା। ଆମ୍ଭେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପରେ ଉପବିଷ୍ଟ ହେବା ଓ ସେହି ପର୍ବତରେ ପରମେଶ୍ୱରଙ୍କୁ ସାକ୍ଷାତ କରିବା।


ଶେଷ ଦିନରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ। ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।


ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ। ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।


କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ସେଦିନ ଗୋଟିଏ ବଡ଼ ମେଷର ତୂରୀବାଜିବ। ଅଶୂର ଦେଶରେ ହଜି ଯାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହୋଇଥିବା ଲୋକମାନେ ସେଦିନ ଆସିବେ। ଯିରୁଶାଲମର ପବିତ୍ର ପର୍ବତରେ ସେମାନେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରିତ ହେବେ।


ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।” ସଦାପ୍ରଭୁ ଏହା କୁହନ୍ତି।


ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ।


ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।


ମୁଁ ସେହିସବୁ କଥା ପରମେଶ୍ୱରଙ୍କୁ ପ୍ରାର୍ଥନାରେ ନିବେଦନ କରୁଥିଲି। ମୋର ପାପ ଓ ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି। ଆଉ ମୋର ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ମୋର ପରମେଶ୍ୱର ସଦାପଭୁଙ୍କ ଛାମୁରେ ମୋର ନିବେଦନ ଉତ୍ସର୍ଗ କରୁଥିଲି।


ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉ‌‌ଦ୍‌‌ବିଗ୍ନ କରିବ। ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।


ଏହା ପରେ ସେହି ସୀମା ଅ‌ସ୍‌‌ମୋନରୁ ମିଶର ନଦୀ ଆଡ଼କୁ ବିସ୍ତୃତ ହେବ ଓ ସେହି ଭୂମଧ୍ୟସାଗର ନିକଟରେ ଶେଷ ହେବ।


ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।


Swiv nou:

Piblisite


Piblisite