ଦାନିୟେଲ 3:18 - ପବିତ୍ର ବାଇବଲ18 ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଯେବେ ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ। Gade chapit laଓଡିଆ ବାଇବେଲ18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।” Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”
ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।
ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟଦ୍ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”