Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:23 - ପବିତ୍ର ବାଇବଲ

23 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପଡ଼ିଲେ। ସେମାନଙ୍କୁ ଦୃଢ଼ଭାବରେ ବନ୍ଧା ଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ଵଳିତ ଅଗ୍ନିକୁଣ୍ତ ମଧ୍ୟରେ ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

23 ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।

Gade chapit la Kopi




ଦାନିୟେଲ 3:23
13 Referans Kwoze  

ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।


ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।


ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।


ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ।


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେ‌‌ଲ୍‌‌‌‌ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।


ଏଥିରେ ରାଜା ନବୂଖ‌ଦ୍‌ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଗ୍ଭରିଲେ, “ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତରେ ପକାଇ ନ ଥିଲୁ?” ମନ୍ତ୍ରୀମାନେ ଉତ୍ତର କଲେ, “ଏହା ସତ୍ୟ ସହାରାଜ।”


Swiv nou:

Piblisite


Piblisite