Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:24 - ପବିତ୍ର ବାଇବଲ

24 ଏଥିରେ ରାଜା ନବୂଖ‌ଦ୍‌ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଗ୍ଭରିଲେ, “ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତରେ ପକାଇ ନ ଥିଲୁ?” ମନ୍ତ୍ରୀମାନେ ଉତ୍ତର କଲେ, “ଏହା ସତ୍ୟ ସହାରାଜ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”

Gade chapit la Kopi




ଦାନିୟେଲ 3:24
18 Referans Kwoze  

ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।”


ତଦାରଖକାରୀଗଣ, ରାଜପ୍ରତିନିଧିଗଣ, ସୁବେଦାରଗଣ ଓ ମନ୍ତ୍ରୀଗଣ ସମସ୍ତେ ଅଜଣା ଭାବରେ ରାଜି ହେଲେ ଯେ, ଏକ ରାଜକୀୟ ଘୋଷଣା ପତ୍ର ହେବା ଉଚିତ୍। ଯଦି କେହି ତିରିଶ୍ ଦିନ ପର୍ଯ୍ୟନ୍ତ ମହାରାଜା ବିନା କୌଣସି ଦେବତା ବା ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ତେବେ ତାକୁ ସିଂହର ଗୁମ୍ଫାକୁ ଫିଙ୍ଗାଯିବ।


ହେ ରାଜା ଆଗ୍ରି‌‌ପ୍‌‌ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”


ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା।


ପିତର କବାଟରେ ଠକ୍ ଠକ୍ କରନ୍ତେ ରୋଦା ନାମକ ଜଣେ ଗ୍ଭକରାଣୀ କବାଟ ଖୋଲିବାକୁ ଆସିଲା।


ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”


“ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖ‌ଦ୍‌ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ।


ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ।


ତେଣୁ ହେ ମହାରାଜ, ଆପଣ ମୋର ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦେଖାଇ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହାହେଲେ ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।”


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହୋଇଅଛନ୍ତି। କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।


ଯଦି ଆପଣ ଆମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷେପ କରନ୍ତି ତେବେ ଯାହାଙ୍କୁ ଆମ୍ଭେମାନେ ସେବା କରୁଅଛୁ ସେହି ପରମେଶ୍ୱର ଆମ୍ଭମାନଙ୍କୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି, ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅ‌‌ବ୍‌‌ନରକୁ କହିଲେ, “ଅ‌‌ବ୍‌‌ନର ଏ ଯୁବକ କାହାର ପୁତ୍ର?” ଅ‌‌ବ୍‌‌ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।”


ଅହସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କଲେ। ଆହାବଙ୍କ ପରିବାର ମଧ୍ୟ ସେହିପରି କରିଥିଲେ। ଅହସିୟଙ୍କ ପିତାଙ୍କର ମୃତ୍ୟୁପରେ ଆହାବଙ୍କ ପରିବାର ଅହସିୟଙ୍କୁ ପରାମର୍ଶ ଦେବାକୁ ଲାଗିଲେ। ସେମାନେ ଅହସିୟଙ୍କୁ କୁପରାମର୍ଶ ଦେଲେ। ସେହି କୁପରାମର୍ଶ ତାଙ୍କୁ ମରଣ ଆଡ଼କୁ କଢ଼ାଇ ନେଲା।


ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପଡ଼ିଲେ। ସେମାନଙ୍କୁ ଦୃଢ଼ଭାବରେ ବନ୍ଧା ଯାଇଥିଲା।


ରାଜା ଉତ୍ତର କରି କହିଲେ, “ଦେଖ, ମୁଁ ଅଗ୍ନି କୁଣ୍ତରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସେମାନେ ଦ‌ଗ୍‌ଧିଭୂତ ହୋଇ ନାହାନ୍ତି ଓ ଚତୁର୍ଥ ଲୋକଟି ଦେବପୁତ୍ର ସଦୃଶ।”


Swiv nou:

Piblisite


Piblisite