Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:22 - ପବିତ୍ର ବାଇବଲ

22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହୋଇଅଛନ୍ତି। କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ଵ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ଵ ପୃଥିବୀର ପ୍ରା; ପର୍ଯ୍ୟନ୍ତ ବ୍ୟାପିଅଛି।

Gade chapit la Kopi

ଓଡିଆ ବାଇବେଲ

22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।

Gade chapit la Kopi




ଦାନିୟେଲ 4:22
18 Referans Kwoze  

ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି।


ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି। ପରମେଶ୍ୱର ତା'ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି। ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।


ହେରୋଦ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର ହେରୋଦଙ୍କୁ କହୁଥିଲେ, “ତୁମ୍ଭେ ହେରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠି‌କ୍‌ କାମ ନୁହେଁ।”


ସଦାପ୍ରଭୁ, ତୁମ୍ଭର ପ୍ରେମ ଆକାଶଠାରୁ ମହତ୍। ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।


ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ। ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।


କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରୁ ଜଣେ ଥିଲେ। ଏହି ଭବିଷ୍ୟ‌ଦ୍‌ବକ୍ତାଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିୟାକୁ ଫେରି ଆସିଥିବା ଇସ୍ରାଏଲୀୟ ସୈନ୍ୟଦଳକୁ ଭେଟିଲେ। ଓବେଦ୍ ଇସ୍ରାଏଲୀୟ ସୈନ୍ୟଦଳକୁ କହିଲେ, “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ୱାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସେମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଛନ୍ତି। ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଅତ୍ୟନ୍ତ କଦର୍ଯ୍ୟ ଭାବରେ ହତ୍ୟା ଓ ଦଣ୍ଡିତ କରିଅଛ।


ଯାକୁବ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ ଏକ ଶିଡ଼ି ଭୂମିରୁ ସ୍ୱର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ୱରଙ୍କର ଦୂତଗଣ ସେହି ଶିଡ଼ି ଦେଇ ଚଢୁଛନ୍ତି ଓ ଓହ୍ଲାଉଛନ୍ତି।


ଏହା ପରେ ଲୋକମାନେ କହିଲେ, “ଆସ, ଆମ୍ଭ ପାଇଁ ଏକ ନଗର ଓ ଏକ ଗଗନସ୍ପର୍ଶୀ ଅଟ୍ଟାଳିକା ନିର୍ମାଣ କରିବା, ଆମ୍ଭେମାନେ ଅତି ଜଣାଶୁଣା ହେବା। ତା'ହେଲେ ଆମ୍ଭେମାନେ ପୃଥିବୀର ଗ୍ଭରିଆଡ଼େ ବିକ୍ଷିପ୍ତ ହେବା ନାହିଁ।”


ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହିଛନ୍ତି, ‘‘‘ଗୋଟିଏ ବଡ଼ ଉତ୍କ୍ରୋଶପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ପର ବହୁତ ଥିଲା ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ। ଆଉ ଏହା ଲିବାନୋନକୁ ଆସିଲା ଏବଂ ଏକ ବଡ଼ ଏରସବୃକ୍ଷର ଅଗ୍ରଭାଗରେ ବସିଲା।”


ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା। ଉଚ୍ଚତାରେ ତାହା ଆକାଶକୁ ସ୍ପର୍ଶ କଲା। ପୁଣି ପୃଥିବୀର ସବୁ ସ୍ଥାନରେ ତାହା ଦୃଶ୍ୟମାନ ହେଲା।


ଆଉ ସେହି ସମୟରେ ପରମେଶ୍ୱର ମୋର ଉତ୍ତମ ବୁଦ୍ଧି ମୋତେ ଫେରାଇ ଦେଲେ। ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ତେଜ ଓ ପ୍ରତାପ ମୋ’ ପାଖକୁ ଫେରି ଆସିଲା। ମୋର ମନ୍ତ୍ରୀ ଓ ଅମାତ୍ୟମାନେ ପୁନର୍ବାର ମୋର ପରାମର୍ଶ ଲୋଡ଼ିଲେ। ମୁଁ ପୁନର୍ବାର ରାଜା ହେଲି ଓ ମୋର ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।


ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ।


ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।


ସ୍ୱପ୍ନର ବର୍ଷକ ପରେ ରାଜା ନବୂଖ‌ଦ୍‌ନିତ୍ସର ବାବିଲର ନିଜ ପ୍ରାସାଦ ଉପରେ ବୁଲୁଥିବା ବେଳେ, ରାଜା କହିଲା, “ଏହି ବାବିଲକୁ ଦେଖ! ମୁଁ ମୋର ପ୍ରତାପରେ ଏହି ମହାନ ନଗର ନିର୍ମାଣ କରିଛି ଓ ମୋର ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କେଡ଼େ ମହାନ।”


Swiv nou:

Piblisite


Piblisite