Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:25 - ପବିତ୍ର ବାଇବଲ

25 ତୁମ୍ଭେ ମନୁଷ୍ୟମାନଙ୍କ ସଙ୍ଗ ମଧ୍ୟରୁ ବିତାଡ଼ିତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକରରେ ତିନ୍ତିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିବ। ଶେଷରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ୱର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ୟ ଦାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତା ଯିବେ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।

Gade chapit la Kopi

ଓଡିଆ ବାଇବେଲ

25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।

Gade chapit la Kopi




ଦାନିୟେଲ 4:25
15 Referans Kwoze  

“ଜଣେ ପବିତ୍ର ସ୍ୱର୍ଗଦୂତ ଏହି ଦଣ୍ତ ଘୋଷଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ୟମାନଙ୍କ ଉପରେ ସର୍ବୋପରିସ୍ଥ ପରମେଶ୍ୱର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ୱର ନମ୍ର ଲୋକକୁ ରାଜ୍ୟ ଶାସନ ପାଇଁ ନିଯୁକ୍ତ କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।


ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ।


ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ।


ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।


ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।


ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ। ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।


ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।


ହେ ମହାରାଜ, ଆପଣ ଜଣେ ମହାନ ରାଜା। ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।


ତତ୍ପରେ ଦାନିୟେଲଙ୍କୁ ରାଜା କହିଲେ, “ମୁଁ ଜାଣେ ତୁମ୍ଭର ପରମେଶ୍ୱର ସମସ୍ତ ଈଶ୍ୱରଗଣର ପରମେଶ୍ୱର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷୟଗୁଡ଼ିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମୋତେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ଅଟ।”


ସର୍ବୋପରିସ୍ଥ ପରମେଶ୍ୱର ମୋ’ ପାଇଁ ଯେଉଁ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି।


ତାହା ମାନବ ହୃଦୟ ନ ହେଉ ଓ ସେ ପଶୁ ହୃଦୟ ପ୍ରାପ୍ତ ହେଉ। ଆଉ ତାହା ଉପରେ ସାତ ବର୍ଷ ଅତିବାହିତ ହୋଇ ଯାଉ।’


Swiv nou:

Piblisite


Piblisite