Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:5 - ପବିତ୍ର ବାଇବଲ

5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି ଓ ତାହା ମୋତେ ଭୟଭୀତ କଲା। ଆଉ ମୁଁ ଶଯ୍ୟା ଉପରେ ଥିବା ବେଳେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉ‌‌ଦ୍‌‌ବିଗ୍ନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।

Gade chapit la Kopi




ଦାନିୟେଲ 4:5
15 Referans Kwoze  

ଅନନ୍ତର ନବୂଖ‌ଦ୍‌ନିତ୍ସର ରାଜତ୍ୱର ଦ୍ୱିତୀୟ ବର୍ଷରେ କେତେକ ସ୍ୱପ୍ନ ଦେଖିଲେ। ଏଥିରେ ତାହାର ଆତ୍ମା ଉ‌‌ଦ୍‌‌ବିଗ୍ନ ହେଲା ଓ ସେ ଶୋଇ ପାରିଲେ ନାହିଁ।


“ଏହିଠାରେ ମୋର ସ୍ୱପ୍ନ ଶେଷ ହେଲା। ମୁଁ ଦାନିୟେଲ ମୋର ଭାବନା ମୋତେ ଉ‌‌ଦ୍‌‌ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗରେ କହି ପାରିଲି ନାହିଁ।”


ତା'ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।


ଦୁଇ ବର୍ଷ ପରେ ଫାରୋ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ, ସେ ନୀଳ ନଦୀ କୂଳରେ ଛିଡ଼ା ହୋଇଛନ୍ତି।


ରାଜା ସେମାନଙ୍କୁ କହିଲେ, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି। ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ଆତ୍ମା ଉ‌‌ଦ୍‌‌ବିଗ୍ନ ହେଉଅଛି।”


ମୁଁ ଶଯ୍ୟାରେ ଶୋଇଥିବା ବେଳେ ମୋ’ ମନର ଦର୍ଶନ ଏହିପରି ଥିଲା। ମୁଁ ଅନାଇଲି ଓ ଦେଖିଲି ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଥିଲା ଓ ତାହା ଅତି ଉଚ୍ଚ ଥିଲା।


“ମୁଁ ଶଯ୍ୟା ଉପରେ ଥିବା ବେଳେ ଦର୍ଶନ ପାଇଲି। ଏକ ପବିତ୍ର ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ।


ତହିଁରେ ବେ‌‌ଲ୍‌‌‌‌ଟଶତ୍ସର ନାମକ ଦାନିୟେଲ କିଛିକ୍ଷଣ ଅବାକ୍ ହୋଇ ରହିଲେ। ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେ‌‌ଲ୍‌‌‌‌ଟଶତ୍ସର ସେହି ସ୍ୱପ୍ନ କିମ୍ବା ତାହାର ଅର୍ଥ ତୁମ୍ଭକୁ ବ୍ୟାକୁଳିତ ନ କରୁ।” ବେ‌‌ଲ୍‌‌‌‌ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ମହାଶୟ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତାହାର ଅର୍ଥ ଘଟୁ।


ବାବିଲର ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସେହି ସ୍ୱପ୍ନରେ ସାରକଥା ଲେଖି ରଖିଲେ।


ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେ‌‌ଲ୍‌‌‌‌ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।


ତାହାର ମୂଳ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ ତୃଣରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ।


ତୁମ୍ଭ ରାଜ୍ୟରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତରରେ ପବିତ୍ର ଦେବଗଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦେବଗଣର ଜ୍ଞାନତୁଲ୍ୟ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠାରେ ପ୍ରକାଶିତ ହୋଇଥିଲା। ଆଉ ତୁମ୍ଭର ପିତା ରାଜା ନବୂଖ‌ଦ୍‌ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ, କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ।


Swiv nou:

Piblisite


Piblisite