Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:6 - ପବିତ୍ର ବାଇବଲ

6 ତେଣୁ ସ୍ୱପ୍ନର ଅର୍ଥ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହେତୁ ସ୍ଵପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ଵାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;

Gade chapit la Kopi

ଓଡିଆ ବାଇବେଲ

6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍‍ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍‍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;

Gade chapit la Kopi




ଦାନିୟେଲ 4:6
10 Referans Kwoze  

ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କ‌‌ଲ୍‌‌‌‌ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ।


କେତେକ ଲୋକ କୁହନ୍ତି, “ଭବିଷ୍ୟ‌ଦ୍‌ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”


ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସେମାନେ ମଧ୍ୟ ହାରୋଣଙ୍କ ପରି ତାଙ୍କ ଗୁପ୍ତ ଯାଦୁ ବିଦ୍ୟା ପ୍ରୟୋଗ କରି ଆଶାବାଡ଼ିକୁ ସର୍ପରେ ପରିଣତ କରି ଦେଲେ।


ଗଣକ, କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲନୀୟ ବିଦ୍ୱାନମାନଙ୍କୁ କହିଲେ, “ଯେକେହି ଏହି ଲେଖା ପଢ଼ିପାରିବ ଓ ତାହାର ଅର୍ଥ ବାହାର କରି ପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦେବି ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ପିନ୍ଧାଇ ଦେବି। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”


ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ତା'ପରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ୟରେ ଏକ ମହାନ କାର୍ଯ୍ୟରେ ନିଯୁକ୍ତି କଲେ ଓ ବହୁମୂଲ୍ୟ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପରେ ତାଙ୍କୁ ସମସ୍ତ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ସବୁ ବିଦ୍ୱାନ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲେ।


ତାହାର ମୂଳ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ ତୃଣରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ।


ତୁମ୍ଭ ରାଜ୍ୟରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତରରେ ପବିତ୍ର ଦେବଗଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦେବଗଣର ଜ୍ଞାନତୁଲ୍ୟ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠାରେ ପ୍ରକାଶିତ ହୋଇଥିଲା। ଆଉ ତୁମ୍ଭର ପିତା ରାଜା ନବୂଖ‌ଦ୍‌ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ, କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ।


Swiv nou:

Piblisite


Piblisite