Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:18 - ପବିତ୍ର ବାଇବଲ

18 “ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖ‌ଦ୍‌ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ଵର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;

Gade chapit la Kopi

ଓଡିଆ ବାଇବେଲ

18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;

Gade chapit la Kopi




ଦାନିୟେଲ 5:18
25 Referans Kwoze  

“ଜଣେ ପବିତ୍ର ସ୍ୱର୍ଗଦୂତ ଏହି ଦଣ୍ତ ଘୋଷଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ୟମାନଙ୍କ ଉପରେ ସର୍ବୋପରିସ୍ଥ ପରମେଶ୍ୱର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ୱର ନମ୍ର ଲୋକକୁ ରାଜ୍ୟ ଶାସନ ପାଇଁ ନିଯୁକ୍ତ କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।


ପାଉଲ କହିଲେ, “ହେ ମହାରାଜା ଆଗ୍ରି‌‌ପ୍‌‌ପା, ମୁଁ ସେହି ସ୍ୱର୍ଗୀୟ ଦର୍ଶନର ବାଧ୍ୟ ହେଲି।


ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା।


“ମାତ୍ର ସର୍ବୋପରିସ୍ଥ ପରମେଶ୍ୱର କୌଣସି ହାତ ତିଆରି ମନ୍ଦିରରେ ବାସ କରନ୍ତି ନାହିଁ। ଭବିଷ୍ୟ‌ଦ୍‌ବକ୍ତା ଏହିପରି ଲେଖନ୍ତି,


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।”


ଏବଂ ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହେବ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧ୍ୟରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିଯିବ। ଶେଷରେ ଯେ ସର୍ବୋପରିସ୍ଥ ପରମେଶ୍ୱର ସମଗ୍ର ମନୁଷ୍ୟ ଉପରେ ପ୍ରଭୁତ୍ୱ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ସର୍ବୋପରିସ୍ଥ ପରମେଶ୍ୱର ମୋ’ ପାଇଁ ଯେଉଁ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି।


ପରମେଶ୍ୱର ସମସ୍ତ ମଙ୍ଗଳ ଓ ଅମଙ୍ଗଳର ସର୍ବୋପରିସ୍ଥ ଆଜ୍ଞାଦାତା।


ସର୍ବୋପରିସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ନ୍ୟାୟକୁ ବଦଳ କରି,


ପୁଣି ସମୁଦାୟ ଗୋଷ୍ଠୀ ନବୂଖ‌ଦ୍‌ନିତ୍ସର, ତାହାର ପୁତ୍ର ଓ ପୌତ୍ରର ସେବା କରିବେ। ପୁଣି ଏକ ସମୟ ଆସିବ, ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ବାବିଲରେ ନିଜର ଦାସ୍ୟକର୍ମ କରିବେ।


କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।


ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।


ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ। ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।


ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।


ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ, ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ। ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ।


ଇବିଲ-ମରୋଦକ୍ ଯିହୋୟାଖୀନଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲେ। ସେ ବାବିଲରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ଯିହୋୟାଖୀନଙ୍କୁ ଉଚ୍ଚସ୍ଥାନ ଦେଇଥିଲେ।


ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।


ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ।


ଏଥିପାଇଁ ମୁଁ ତାହାକୁ ବଳବାନ୍ ଶାସକର ହସ୍ତରେ ଦେଇଅଛି। ଯାହା ଫଳରେ ସେ ଏହାକୁ ତା'ର ଦୁଷ୍ଟାମି ଅନୁଯାୟୀ ବ୍ୟବହାର କରିବ। ମୁଁ ଏହାକୁ ଖାରଜ କରିଛି।


ଅନନ୍ତର ସେହି ସମୟର ଶେଷରେ ମୁଁ ନବୂଖ‌ଦ୍‌ନିତ୍ସର, ସ୍ୱର୍ଗଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି। ସେତେବେଳେ ମୋର ମନ ଠିକ୍ ବାଟକୁ ଆସିଗଲା। ତା'ପରେ ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କର ପ୍ରଶଂସା କଲି। ସେହି ଅନନ୍ତ ଜୀବିଙ୍କୁ ଧନ୍ୟବାଦ ଜଣାଇ ସମାଦର କଲି। କାରଣ ତାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ତାଙ୍କର ମନ ପଶୁତୁଲ୍ୟ ହେଲା ଓ ସେ ବନ୍ୟ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକରରେ ଭିଜିଲା। ତା'ପରେ ସେ ହୃ‌‌ଦ୍‌‌ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। ଏବଂ ପରମେଶ୍ୱର ଯାହାକୁ ଗ୍ଭହାନ୍ତି ତାକୁ ସେ ରାଜ୍ୟରେ ନିଯୁକ୍ତି କରି ପାରନ୍ତି।


ତହିଁରେ ବେ‌‌ଲ୍‌‌‌‌ଟଶତ୍ସର ନାମକ ଦାନିୟେଲ କିଛିକ୍ଷଣ ଅବାକ୍ ହୋଇ ରହିଲେ। ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେ‌‌ଲ୍‌‌‌‌ଟଶତ୍ସର ସେହି ସ୍ୱପ୍ନ କିମ୍ବା ତାହାର ଅର୍ଥ ତୁମ୍ଭକୁ ବ୍ୟାକୁଳିତ ନ କରୁ।” ବେ‌‌ଲ୍‌‌‌‌ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ମହାଶୟ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତାହାର ଅର୍ଥ ଘଟୁ।


Swiv nou:

Piblisite


Piblisite