Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:23 - ପବିତ୍ର ବାଇବଲ

23 ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସ୍ଵର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପନିୀଗଣ ଓ ଆପଣଙ୍କ ଉପପନିୀଗଣ ସେସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ଵାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ଵରଙ୍କର ଗୌରବ କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।

Gade chapit la Kopi




ଦାନିୟେଲ 5:23
47 Referans Kwoze  

ପ୍ରତ୍ୟେକ ଜୀବନ୍ତ ପ୍ରାଣୀ ଓ ନିଶ୍ୱାସ ନେଇ ବଞ୍ଚୁଥିବା ମଣିଷସବୁ ପରମେଶ୍ୱରଙ୍କ ଶକ୍ତିର ଅଧୀନରେ।


ଏଣୁ ମୁଁ ନବୂଖ‌ଦ୍‌ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି।


ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା'ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ। ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ। ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ।


ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ? କାହା ବିରୁଦ୍ଧରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ? ପୁଣି ଗର୍ବରେ ଦୃଷ୍ଟି ଊର୍ଦ୍ଧ୍ୱକୁ କରିଅଛ। ଏସବୁ ଇସ୍ରାଏଲ ପବିତ୍ର ସ୍ୱରୂପ ବିରୁଦ୍ଧରେ ନୁହେଁ କି?


ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସେହି ଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦେବେ। ସେତେବେଳେ ସେହି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।


“ବାବିଲ ବିରୁଦ୍ଧରେ ସମସ୍ତ ଧନୁର୍ଦ୍ଧରମାନଙ୍କୁ ଧନୁରେ ଗୁଣ ଦେବାକୁ ଏକତ୍ରିତ କର। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଏକତ୍ରିତ ହୁଅ। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଛାଉଣି ସ୍ଥାପନ କର। ସେଥିରୁ ତାକୁ ରକ୍ଷା ପାଇବାକୁ ଦିଅ ନାହିଁ। ତାହାର କର୍ମାନୁସାରେ ତାକୁ ପ୍ରତିଫଳ ଦିଅ। ସେ ଯେପରି କରିଛି ତା’ ପ୍ରତି ସେହିପରି କର। କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ଇସ୍ରାଏଲର ଧର୍ମସ୍ୱରୂପ ବିରୁଦ୍ଧରେ ନିଷ୍ଠୁର ହୋଇଅଛ।”


ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ, ତେଣୁ ମନୁଷ୍ୟ ଆପଣା ବାଟ ଠିକ୍ ରୂପେ ବୁଝିପାରେ ନାହିଁ।


ମୁଁ ଯାହାକରେ ବା ପଦକ୍ଷେପ ଗ୍ରହଣ କରେ, ପରମେଶ୍ୱର ସେ ସବୁ ଜାଣନ୍ତି ଓ ଦେଖନ୍ତି।


ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।


ଆଉ ମଧ୍ୟ ସେମାନେ ସେହି ଦେଶର ଦେବତାମାନଙ୍କୁ ଅଗ୍ନିରେ ନିକ୍ଷେପ କରିଛନ୍ତି। କାରଣ ସେମାନେ ପ୍ରକୃତ ଦେବତା ନୁହନ୍ତି। ମନୁଷ୍ୟ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସେମାନେ ସେଗୁଡ଼ିକୁ ବିନାଶ କରିଛନ୍ତି।


ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ। ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।


ଏହା ସତ୍ୟ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜୟ କରିଛ। ସେହି ଗୌରବ ନେଇ ସନ୍ତୁଷ୍ଟ ହୋଇ ରୁହ। ଆଉ ନିଜ ଉପରେ କ୍ଳେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦା ସହିତ ପତନ ହେବ।”


କିନ୍ତୁ ଜଣେ ଅଧ୍ୟକ୍ଷ ନୂତନ ଶିଷ୍ୟ ହୋଇ ନ ଥିବେ। ନୂତନ ବିଶ୍ୱାସୀଙ୍କୁ ଅଧ୍ୟକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପାରେ। ଏଭଳି ପରିସ୍ଥିତିରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହୋଇ ଦଣ୍ଡିତ ହେବ।


ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି।


ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।


ଅହଂକାରୀ ବ୍ୟକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସେପରି ଅହଂକାରୀ ଲୋକ ଫୁତ୍କାରରେ ଉଡ଼ିଯାଏ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ବିଶ୍ୱାସ ବଳରେ ହିଁ ବଞ୍ଚିବେ।”


ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେହି ବୃକ୍ଷ ଅତି ଉଚ୍ଚ ହେଲା। ଗହଳିଆ ଡାଳସବୁର ଶିଖର ଦେଶ ଉଚ୍ଚତାରେ ମେଘକୁ ସ୍ପର୍ଶ କଲା। ଆଉ ତାହା ଏତେ ଅଧିକ ଉଚ୍ଚ ହେଲା ଯେ ଏହା ଅହଂକାରୀ ହେଲା।


ତୁମ୍ଭର ସୌନ୍ଦର୍ଯ୍ୟ ହେତୁ ତୁମ୍ଭେ ଅହଙ୍କାରୀ ହୋଇଅଛ। ତୁମ୍ଭର ଜ୍ଞାନ ତୁମ୍ଭର ମହିମା ଦ୍ୱାରା ଭ୍ରଷ୍ଟ ହୋଇଅଛି। ମୁଁ ତୁମ୍ଭକୁ ଧୂଳିକୁ ଫିଙ୍ଗି ଦେଲି ଯେପରି ରାଜା ତୁମ୍ଭର ଧ୍ୱଂସ ଦେଖିଲେ।


ତୁମ୍ଭେ ଆପଣା ମହାଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇ ଅଛ। ଆଉ ତୁମ୍ଭର ଏହି ଧନ ସକାଶେ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ କହିଅଛ, “ମୁଁ ପରମେଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ପରମେଶ୍ୱରଙ୍କ ଆସନରେ ବସିଅଛି;” “‘ମାତ୍ର ନିଜ ଚିତ୍ତକୁ ଦେବତାଙ୍କ ଚିତ୍ତ ତୁଲ୍ୟ ମନେ କଲେ ମଧ୍ୟ ତୁମ୍ଭେ ପରମେଶ୍ୱର ନୁହଁ, ତୁମ୍ଭେ ମନୁଷ୍ୟ ମାତ୍ର।


ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହେବା।


ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।


ସ୍ୱର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।


ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି। ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ, ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି, ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।


ପଲେଷ୍ଟୀୟମାନେ ଏକତ୍ରିତ ହୋଇ ଜୟଲାଭ ଉତ୍ସବ ପାଳନ କଲେ। ସେମାନେ ସେମାନଙ୍କର ଦାଗୋନ୍ ଦେବତା ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କଲେ। ସେମାନେ କହିଲେ, “ଶା‌ମ୍‌ଶୋ‌ନଙ୍କୁ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦେବତା ଆମ୍ଭମାନଙ୍କୁ ସାହାଯ୍ୟ କଲେ। ଯେ କି ଆମ୍ଭର ଶତ୍ରୁ ଥିଲା।”


ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।


ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।


ପରମେଶ୍ୱର କୁହନ୍ତି, “ପୃଥିବୀରେ ଅମଙ୍ଗଳ ଘଟିବାର ମୁଁ କାରଣ ହେବି। ମୁଁ ମନ୍ଦାଗ୍ଭରୀଙ୍କୁ ସେମାନଙ୍କର ପାପ ଲାଗି ଦଣ୍ଡ ଦେବି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦେଖାଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି।


ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, “ଆମ୍ଭେ ପରମେଶ୍ୱରଙ୍କ ପରି ସ୍ୱର୍ଗାରୋହଣ କରିବା। ଆମ୍ଭେ ସ୍ୱର୍ଗର ଊର୍ଦ୍ଧ୍ୱକୁ ଯିବା, ଆମ୍ଭେ ପରମେଶ୍ୱରଙ୍କ ତାରକାର ଊର୍ଦ୍ଧ୍ୱରେ ସିଂହାସନ ସ୍ଥାପନ କରିବା। ଆମ୍ଭେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପରେ ଉପବିଷ୍ଟ ହେବା ଓ ସେହି ପର୍ବତରେ ପରମେଶ୍ୱରଙ୍କୁ ସାକ୍ଷାତ କରିବା।


“ମୋୟାବକୁ ତୁମ୍ଭେମାନେ ମତ୍ତ କରାଅ, କାରଣ ସେ ନିଜକୁ ସଦାପ୍ରଭୁଙ୍କଠାରୁ ବଡ଼ ମନେ କରିଅଛି। ତେଣୁ ସେ ନିଜ ବାନ୍ତିରେ ଗଡ଼ିବ ଓ ସବୁ ଲୋକଙ୍କ ଦ୍ୱାରା ହାସ୍ୟାସ୍ପଦ ହେବ।


ଦାଉଦ ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ ପଗ୍ଭରିଲେ, “ସେ କ’ଣ କହିଲା? ଯେଉଁ ଲୋକ ଏହି ପଲେଷ୍ଟୀୟକୁ ବଧ କରି ଏବଂ ଇସ୍ରାଏଲର ଏହି ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ? କିଏ ଏହି ଅସୁନ୍ନତ ପଲେଷ୍ଟୀୟ ଯିଏ ଜୀବିତ ପରମେଶ୍ୱରଙ୍କ ସୈନ୍ୟ ଛାଉଣିକି ଅବମାନନା କରିବାକୁ ସାହସ କରେ।”


ମୁଁ ସିଂହ ଓ ଭାଲୁ ଉଭୟଙ୍କୁ ବଧ କରିଛି ଏବଂ ମୁଁ ମଧ୍ୟ ଗଲିୟାତକୁ ସେହିପରି ବଧ କରିବି। ଗଲିୟାତ ମରିବ କାରଣ ସେ ଜୀବିତ ପରମେଶ୍ୱରଙ୍କର ସୈନ୍ୟକୁ ତୁଚ୍ଛ କରିଅଛି।


ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସିୟୋନକୁ ଗ୍ଭଲି ଯାଉଥିଲେ, ସେମାନେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର ସମୟ ଆସିଯାଇଛି। କ‌‌ଲ୍‌‌ଦୀୟମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ୱଂସ କରୁଛନ୍ତି।


ଆଉ ସେହି ଶିଙ୍ଗଟି ଅତି ବଳିଷ୍ଠ ହୋଇ ପରମେଶ୍ୱରଙ୍କ ସ୍ୱର୍ଗୀୟ ସୈନ୍ୟମାନଙ୍କ ଦଳପତି ବିରୁଦ୍ଧରେ ଗଲା, ଏହା ତାଙ୍କଠାରୁ ଦୈନନ୍ଦିନ ହୋମାର୍ଥକ ବଳି ଛଡ଼େଇ ନେଲା ଓ ମନ୍ଦିରକୁ ଧ୍ୱଂସ କଲା।


ଉତ୍ତରର ରାଜା ହାରିବା ପରେ ତାଙ୍କର ସୈନ୍ୟମାନଙ୍କୁ ବନ୍ଦୀକରି ନିଆଯିବ ଓ ଦକ୍ଷିଣ ଦେଶର ରାଜା ଗର୍ବିତ ହୋଇ ହଜାର ହଜାର ସୈନ୍ୟଙ୍କୁ ବଧ କରିବ। ତଥାପି ସେ ନିୟନ୍ତ୍ରଣରେ ରହିବ ନାହିଁ।


Swiv nou:

Piblisite


Piblisite