Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:12 - ପବିତ୍ର ବାଇବଲ

12 ତେଣୁ ସେମାନେ ରାଜାଙ୍କ ପାଖକୁ ଗଲେ ଓ ରାଜକୀୟ ବିଧି ବିଷୟରେ ତାଙ୍କୁ ମନେ ପକାଇ ଦେଲେ। ସେମାନେ କହିଲେ, “ହେ ମହାରାଜା, ଯେକୌଣସି ଲୋକ ତିରିଶ୍ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ। ଏପରି ଏକ ନିଷେଧ ପତ୍ରରେ ଆପଣ ସ୍ୱାକ୍ଷର କରି ନାହାନ୍ତି କି?” ରାଜା କହିଲେ, “ହଁ, ମୁଁ ସେ ନିଷେଧ ପତ୍ରରେ ସ୍ୱାକ୍ଷର କରିଛି।’ ଆଉ ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ଵାକ୍ଷର କରି ନାହାନ୍ତି? ରାଜା ଉତ୍ତର କରି କହିଲା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି ? ରାଜା ଉତ୍ତର କରି କହିଲା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”

Gade chapit la Kopi




ଦାନିୟେଲ 6:12
7 Referans Kwoze  

ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”


“ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାଯାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।


ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ।


ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।


ତା'ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।”


Swiv nou:

Piblisite


Piblisite