Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:8 - ପବିତ୍ର ବାଇବଲ

8 ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏବେ ହେ ମହାରାଜ, ମାଦୀୟ ଓ ପାରସିକ-ମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ଵାକ୍ଷର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”

Gade chapit la Kopi




ଦାନିୟେଲ 6:8
11 Referans Kwoze  

ତା'ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।”


“ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାଯାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।


ତେଣୁ ସେମାନେ ରାଜାଙ୍କ ପାଖକୁ ଗଲେ ଓ ରାଜକୀୟ ବିଧି ବିଷୟରେ ତାଙ୍କୁ ମନେ ପକାଇ ଦେଲେ। ସେମାନେ କହିଲେ, “ହେ ମହାରାଜା, ଯେକୌଣସି ଲୋକ ତିରିଶ୍ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ। ଏପରି ଏକ ନିଷେଧ ପତ୍ରରେ ଆପଣ ସ୍ୱାକ୍ଷର କରି ନାହାନ୍ତି କି?” ରାଜା କହିଲେ, “ହଁ, ମୁଁ ସେ ନିଷେଧ ପତ୍ରରେ ସ୍ୱାକ୍ଷର କରିଛି।’ ଆଉ ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”


ଯେଉଁମାନେ ଅଧର୍ମ ବ୍ୟବସ୍ଥା କରନ୍ତି ସେ ଆଇନ ପ୍ରଣୟନକାରୀମାନଙ୍କୁ ଧ୍ୟାନ ଦିଅ। ଯେଉଁ ନିୟମ ପ୍ରଣୟନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମୟ ଓ ଜଟିଳ କରିବା ପାଇଁ ଲେଖନ୍ତି। ସେମାନେ ସନ୍ତାପର ପାତ୍ର।


ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମ‌ନ୍‌ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।”


ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମ‌ନ୍‌ର କୃତ ଅମଙ୍ଗଳ ଓ ତା'ର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା।


ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋର ବାକ୍ୟ କେବେ ଅନ୍ୟଥା ହେବ ନାହିଁ।


ଉପାରସୀନର ଅର୍ଥ, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”


ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ, ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।


Swiv nou:

Piblisite


Piblisite