Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:21 - ପବିତ୍ର ବାଇବଲ

21 ଆଉ ମୁଁ ଦେଖିଲି ସେହି ଶିଙ୍ଗ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସେମାନଙ୍କୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;

Gade chapit la Kopi

ଓଡିଆ ବାଇବେଲ

21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;

Gade chapit la Kopi




ଦାନିୟେଲ 7:21
12 Referans Kwoze  

ତା'ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।”


ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”


ସେ ବଳରେ ଅତି ପରାକ୍ରମୀ ହେବ। ମାତ୍ର ତାହାର ନିଜ ବଳରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହେବ ଓ ଶକ୍ତିଶାଳୀ ହୋଇ ସ୍ୱେଚ୍ଛାଗ୍ଭରୀ ଭାବରେ କାର୍ଯ୍ୟ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।


ମୁଁ ସେହି ସ୍ତ୍ରୀଲୋକକୁ ପରମେଶ୍ୱରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟରେ ସେମାନଙ୍କର ସାକ୍ଷ୍ୟ ଦେଇଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି। ମୁଁ ସେହି ସ୍ତ୍ରୀଲୋକକୁ ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଗଲି।


ତା'ପରେ ମୁଁ ସେହି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସେମାନଙ୍କର ସେନାବାହିନୀଗଣ, ଅଶ୍ୱାରୋହୀ ଓ ସେମାନଙ୍କର ସେନାବାହିନୀ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକତ୍ର ହେଲେ।


ତା'ପରେ ନିତ୍ୟ ହୋମବଳି ବିରୁଦ୍ଧରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ୟକୁ ତଳେ ପକାଇ ଦେଲା, ଯାହା ଇଚ୍ଛା ତାହା କଲା।


ଉତ୍ତରର ରାଜା ଯିରୁଶାଲମକୁ ସୈନ୍ୟଗଣ ପଠାଇଲେ ଏବଂ ମନ୍ଦିର ତିଆରି କଲେ ଏବଂ ଦୁର୍ଗକୁ ଅଶୁଚି କଲେ। ସେମାନେ ନିତ୍ୟ ନୈବେଦ୍ୟ ବନ୍ଦ କରିବେ ଏବଂ ଅତି ମନ୍ଦ ଘୃଣା ପ୍ରତି ମୂର୍ତ୍ତି ସ୍ଥାପନ କରିବେ।


ସେହି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ଦଶଶିଙ୍ଗ ମଧ୍ୟରୁ ତିନିଶିଙ୍ଗ ପଡ଼ିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।


ତା'ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା।


Swiv nou:

Piblisite


Piblisite