Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:26 - ପବିତ୍ର ବାଇବଲ

26 “‘ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କର୍ତ୍ତୃତ୍ୱ କାଢ଼ି ନିଆଯିବ ଓ ରାଜ୍ୟ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ଵର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।

Gade chapit la Kopi

ଓଡିଆ ବାଇବେଲ

26 ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।

Gade chapit la Kopi




ଦାନିୟେଲ 7:26
8 Referans Kwoze  

ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।


ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।


ତା'ପରେ ସେହି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷରେ ଓ ଶିଙ୍ଗ ବିପକ୍ଷରେ ନ୍ୟାୟ ହେଲା। ଆଉ ପରମେଶ୍ୱର ସେହି ପବିତ୍ର ଲୋକମାନଙ୍କର ରାଜତ୍ୱ କରିବାର ସମୟ ଉପସ୍ଥିତ ହେଲା।


ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”


ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା'ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।”


ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।


Swiv nou:

Piblisite


Piblisite