Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:14 - ପବିତ୍ର ବାଇବଲ

14 ଅନ୍ୟ ପବିତ୍ର ବ୍ୟକ୍ତି ଉତ୍ତର କଲେ, “ଏହା 2,300 ଦିନ ପର୍ଯ୍ୟନ୍ତ ଗ୍ଭଲିବ। ତା'ପରେ ଧର୍ମଧାମ ପ୍ରତିଷ୍ଠିତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ସେ ମୋତେ କହିଲେ, ଦୁଇ ସହସ୍ର, ତିନି ଶତ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ସେ ମୋତେ କହିଲେ, ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ସେ ମୋତେ କହିଲେ, “ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।”

Gade chapit la Kopi




ଦାନିୟେଲ 8:14
14 Referans Kwoze  

ତା'ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।”


ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ।


“ପୁଣି ଯେଉଁ ସମୟରେ ନିତ୍ୟ ବଳିଦାନ ନିବୃତ୍ତ ହେବ ଓ ବିନାଶକାରୀଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ ସେହି ସମୟଠାରୁ 1,290 ଦିନ ହେବ।


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧର୍ମପ୍ରାପ୍ତ ହେବେ ଓ ଦର୍ପ କରିବେ।


କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ।


“ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।”


ପରମେଶ୍ୱର ଉତ୍ତମ ଏବଂ ସେ ନ୍ୟାୟ ବିଗ୍ଭର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ୟାବର୍ତ୍ତନ କରିବେ।


ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା'ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା।


ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”


ପରମେଶ୍ୱର ସେହି ଆଲୋକର ନାମ ଦେଲେ “ଦିନ” ଏବଂ ଅନ୍ଧକାରର ନାମ ଦେଲେ “ରାତି।” ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହେଲା। ଏହା ପ୍ରଥମ ଦିନ ଥିଲା।


ଯେଉଁ ଲୋକ ଅପେକ୍ଷା କରିବ ଓ 1,335 ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।


Swiv nou:

Piblisite


Piblisite