Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:16 - ପବିତ୍ର ବାଇବଲ

16 ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।

Gade chapit la Kopi




ଦାନିୟେଲ 9:16
33 Referans Kwoze  

ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭେ ସିୟୋନକୁ ଫେରି ଆସିଛୁ ଏବଂ ଯିରୁଶାଲମ ମଧ୍ୟରେ ବାସ କରିବା। ଯିରୁଶାଲମ ‘ସତ୍ୟର ନଗରୀ’ ବୋଲି କୁହାଯିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାଯିବ।”


“ତା'ପରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ପବିତ୍ର ପର୍ବତ ସିୟୋନରେ ବାସ କରିବା। ଯିରୁଶାଲମ ଗୋଟିଏ ପବିତ୍ର ସ୍ଥାନରେ ପରିଣତ ହେବ। ବିଦେଶୀୟମାନେ ଆଉ ଏହି ନଗରରେ ପ୍ରବେଶ କରି ପାରିବେ ନାହିଁ।


ମୁଁ ସେହିସବୁ କଥା ପରମେଶ୍ୱରଙ୍କୁ ପ୍ରାର୍ଥନାରେ ନିବେଦନ କରୁଥିଲି। ମୋର ପାପ ଓ ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି। ଆଉ ମୋର ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ମୋର ପରମେଶ୍ୱର ସଦାପଭୁଙ୍କ ଛାମୁରେ ମୋର ନିବେଦନ ଉତ୍ସର୍ଗ କରୁଥିଲି।


ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ। ମୋତେ ତୁମ୍ଭେ ନିରାଶ କର ନାହିଁ। ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।


ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।


କାରଣ ତୁମ୍ଭେ ଯଥାର୍ଥ ଅଟ। ମୋତେ ଉଦ୍ଧାର କର ଓ ବଞ୍ଚାଅ। ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।


କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।


ଯଦି ଆମ୍ଭେ ନିଜ ନିଜର ପାପ ସ୍ୱୀକାର କରୁ ତେବେ ପରମେଶ୍ୱର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।


ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ।


ପୁନର୍ବାର ପରମେଶ୍ୱର କହିଲେ, “ହେ ଯିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ୟଦେଇ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦେବେ, ପରିହାସ କରିବେ।


ଆମ୍ଭେ ଯିରୁଶାଲମକୁ ଧ୍ୱଂସ କରିବା, କାରଣ ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କର୍ମ କରିଅଛନ୍ତି।


ଆମ୍ଭେ ଯିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସେମାନେ ଏକ ବସ୍ତୁ ହେବେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ଶୀସ୍ ଶବ୍ଦର ବସ୍ତୁରୂପେ ବ୍ୟବହାର କରିବ। ଆଉ ସେମାନେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜାର ଏକ ବିଷୟ ହେବେ


ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ।


ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ।


ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ। ଆମେନ୍, ଆମେନ୍।


ତୁମ୍ଭେ ତା'ଠାରେ ତା'ର ଅନ୍ତକରଣ ବିଶ୍ୱସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ଯିବୂଷୀୟ ଓ ଗିର୍ଗାଶୀୟର ଭୂମି ଅବ୍ରହାମର ବଂଶଧରମାନଙ୍କୁ ଏହା ଦେବାକୁ ପ୍ରତିଜ୍ଞା କରିଥିଲ। ତୁମ୍ଭେ ତୁମ୍ଭର ପ୍ରତିଜ୍ଞା ରକ୍ଷା କରିଅଛ। କାରଣ ତୁମ୍ଭେ ଧର୍ମମୟ ଅଟ।


ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଧନ କରନ୍ତି ବା ଧନବାନ୍ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସେମାନଙ୍କୁ ଉଚ୍ଚ ସ୍ଥାନରେ ପ୍ରତିଷ୍ଠିତ କରାନ୍ତି।


ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।


ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ।


“ଆଉ ସେମାନେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ କେବଳ ଆମ୍ଭର କ୍ରୋଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂରେଇ ଦେବା।


ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।


ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି, ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ଯାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।


“‘ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହୋଇଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆୟୁର ଶେଷ ଭାଗରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।


Swiv nou:

Piblisite


Piblisite