Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:8 - ପବିତ୍ର ବାଇବଲ

8 “ହେ ସଦାପ୍ରଭୁ, ଆମ୍ଭେମାନେ ଲଜ୍ଜିତ ହେବା ଉଚିତ୍, ଆଉ ଆମ୍ଭର ସମସ୍ତ ଅଧିପତିଗଣ, ସମସ୍ତ ରାଜଗଣ ଓ ସମସ୍ତ ପୂର୍ବପୁରୁଷଗଣ ଲଜ୍ଜିତ ହେବା ଉଚିତ୍। କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପିତୃପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi




ଦାନିୟେଲ 9:8
15 Referans Kwoze  

ଆଉ ଆସ କହିବା, “ଆମ୍ଭେମାନେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରି ନାହଁ।


ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।


ହେ ପରମେଶ୍ୱର, ଆମ୍ଭେମାନେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ। ହଁ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶୋଚନୀୟ ହୋଇଅଛି, କାରଣ ଆମ୍ଭେମାନେ ପାପ କରିଅଛୁ।


ଆମ୍ଭେ ଯିରୁଶାଲମକୁ ଧ୍ୱଂସ କରିବା, କାରଣ ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କର୍ମ କରିଅଛନ୍ତି।


ତୁମ୍ଭେ ଯାହାସବୁ କରିଅଛ, ଯେତେବେଳେ ମୁଁ ସେସବୁକୁ ସଂଶୋଧନ କରି ଦେବି। ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


“ହେ ସଦାପ୍ରଭୁ, ତୁମ୍ଭେ ଦୟାଳୁ ଏବଂ କ୍ଷମାବାନ। କିନ୍ତୁ ପ୍ରକୃତରେ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ।


କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି। ପୁଣି ସେମାନେ ସେମାନଙ୍କର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ କ୍ରୋଧ ଜନ୍ମାଇଛନ୍ତି।


କିନ୍ତୁ ତାହାପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସେମାନେ କହିବେ, ‘ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଭୁଲ୍ କରିଅଛୁ ଓ ଆମ୍ଭେମାନେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।’


“ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମୋର ପ୍ରାର୍ଥନା ପ୍ରତି ଧ୍ୟାନ ଦିଅ, ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇସ୍ରାଏଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧରେ କରିଥିବା ପାପ ଆମ୍ଭେ ସ୍ୱୀକାର କରିଅଛୁ। ଉଭୟ ମୁଁ ଓ ମୋର ପରିବାର ପାପ କରିଅଛୁ।


କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର କଥା ଶୁଣି ନାହାନ୍ତି କିମ୍ବା କର୍ଣ୍ଣଗୋଚର ହୋଇ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।


ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?”


ଆଉ ଯିରୁଶାଲମର ଲୋକମାନେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାନ୍ତି।”


Swiv nou:

Piblisite


Piblisite