Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:21 - ପବିତ୍ର ବାଇବଲ

21 ଦେଖ, ସଦାପ୍ରଭୁ ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ଦେଇଛନ୍ତି। ଯାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନିରାଶ ହୁଅ ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”

Gade chapit la Kopi




ଦ୍ଵିତୀୟ ବିବରଣ 1:21
20 Referans Kwoze  

ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା: “ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ, ମୁଁ ଭୟ କରିବି ନାହିଁ, ମନୁଷ୍ୟ ମୋର କିଛି କରି ପାରିବ ନାହିଁ।”


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।


କାଲେବ୍ ମୋଶାଙ୍କ ନିକଟରେ ଥିବା ଲୋକମାନଙ୍କୁ କହିଲେ, “ଆସ ଆମ୍ଭେମାନେ ଏହାକୁ ଅକ୍ତିଆର କରିବା, ସେମାନଙ୍କୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି।”


“ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


“ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି।


“ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।


ଏହା ପରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଇମୋରୀୟମାନଙ୍କର ପର୍ବତମୟ ଦେଶ ଦେବେ, ସେହିଠାରେ ଆମ୍ଭେମାନେ ଏବେ ଉପସ୍ଥିତ।


ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ।


ସେମାନଙ୍କ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଦେଲ। ସେମାନଙ୍କ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ ଆଜ୍ଞା ଦେଲ, ‘ଯାଅ, ଭୂମିକୁ ନିଅ,’ ଯେଉଁଟାକି ତୁମ୍ଭେ ସେମାନଙ୍କୁ ଦେବା ପାଇଁ ଶପଥ କରିଥିଲ।


ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।


ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟଯୁକ୍ତ।


‘ହେ ଇସ୍ରାଏଲବାସୀ, ମୋର କଥା ଶୁଣ। ଆଜି ତୁମ୍ଭେମାନେ ତୁମ୍ଭର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବ। ତୁମ୍ଭେମାନେ କେବେ ଭୟ କରିବ ନାହିଁ, ତୁମ୍ଭମାନଙ୍କର ହୃଦୟ ଦୁର୍ବଳ କର ନାହିଁ।


ତୁମ୍ଭେ ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେମାନେ ସେହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ଯ୍ୟ କରିବେ ନାହିଁ କିଅବା ଛାଡ଼ିବେ ନାହିଁ।”


Swiv nou:

Piblisite


Piblisite