Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:42 - ପବିତ୍ର ବାଇବଲ

42 “କିନ୍ତୁ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ମନାକର, ସେଠାକୁ ଯାଇ ଯୁଦ୍ଧ କରିବା ପାଇଁ। କାରଣ ଆମ୍ଭେ ସେମାନଙ୍କ ସହିତ ଯିବୁ ନାହିଁ, ତେଣୁ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ପରାସ୍ତ କରିବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।

Gade chapit la Kopi

ଓଡିଆ ବାଇବେଲ

42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”

Gade chapit la Kopi




ଦ୍ଵିତୀୟ ବିବରଣ 1:42
8 Referans Kwoze  

ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।”


ଏହା ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ନିଜକୁ ପ୍ରସ୍ତୁତ କଲେ। ଯୁଦ୍ଧ ସମୟରେ ଇସ୍ରାଏଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାଜିତ ହେଲେ; ଓ 4,000 ସୈନ୍ୟ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ।


ଆମ୍ଭେ ତୁମ୍ଭ ବିରୁଦ୍ଧରେ ଯିବା, ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ପରାଜିତ ହେବ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କେହି ତୁମ୍ଭମାନଙ୍କ ପଛରେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ଦୌଡ଼ି ପଳାଇଯିବ।


ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।


ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ।


Swiv nou:

Piblisite


Piblisite