ଦ୍ଵିତୀୟ ବିବରଣ 13:1 - ପବିତ୍ର ବାଇବଲ1 “ଯଦି କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ଯ୍ୟ କର୍ମମାନ ଦେଖାଏ ବା କୌଣସି ଚିହ୍ନ ଦେଖାଏ, Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେବେ ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍-ବକ୍ତା ଅବା କୌଣସି ସ୍ଵପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, Gade chapit laଓଡିଆ ବାଇବେଲ1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, Gade chapit la |
ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”