Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 16:10 - ପବିତ୍ର ବାଇବଲ

10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ୱେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ;

Gade chapit la Kopi

ଓଡିଆ ବାଇବେଲ

10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;

Gade chapit la Kopi




ଦ୍ଵିତୀୟ ବିବରଣ 16:10
22 Referans Kwoze  

ପ୍ରତ୍ୟେକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ଆୟ ଅନୁଯାୟୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭେମାନେ ଏହାକୁ ଗୋଟିଏ ବିଶେଷ ସ୍ଥାନରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖରେ ପହଞ୍ଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।


ଏହି ବିଷୟରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ରେଷ୍ଠ। ଗତ ବର୍ଷ ତୁମ୍ଭେମାନେ ପ୍ରଥମେ ଦାନ ଦେବା ପାଇଁ ଇଚ୍ଛା କରିଥିଲ ଓ ପ୍ରକୃତରେ ପ୍ରଥମେ ଦାନ ମଧ୍ୟ ଦେଇଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭେମାନେ ଆରମ୍ଭ କରିଥିଲ ତାହାକୁ ଶେଷ କର।


କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦୟ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପରେ ତୁମ୍ଭେମାନେ ତୁମ୍ଭ ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଦେଇ ପାରିବ।


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।


ସେହି ମେଷ ମଧ୍ୟରୁ ସେମାନେ 675 ସଦାପ୍ରଭୁଙ୍କୁ ମେଷ କର ସ୍ୱରୂପ ଦେଲେ।


ପୁଣି ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ, ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ, ଓ ମେଷମାନଙ୍କ ମଧ୍ୟରୁ ପ୍ରତି ପାଞ୍ଚଶହରେ ଗୋଟିଏ ଲେଖାଏଁ ଜୀବ ସଂଗ୍ରହ କର।


ଯଦି ସେହି ବ୍ୟକ୍ତିର ନିକଟ ସମ୍ପର୍କୀୟ କେହି ତା'ର ଭୂମି ମୁକ୍ତ କରିବାକୁ ନ ଥାଏ, ତେବେ ସେ ନିଜେ ଅଧିକ ଧନ ଲାଭ କଲା ପରେ ତା'ର ଭୂମି ମୁକ୍ତ କରିବ।


“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦୟ ସେମାନଙ୍କୁ ଉଦାର କଲା, ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ଦେଇଥିବା ଆଜ୍ଞାନୁସାରେ କାର୍ଯ୍ୟ ପାଇଁ ଉପହାର ଆଣିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଆଣିଲେ।


“ତୁମ୍ଭେମାନେ କ୍ଷେତ୍ରର ଶସ୍ୟ ଛେଦନ କରିବାର ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣ୍ଣୟ କରିବେ, ସେହି ସ୍ଥାନରେ ତାଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ତୁମ୍ଭର କନ୍ୟା ଓ ତୁମ୍ଭର ଦାସ ଦାସୀ, ତୁମ୍ଭ ନଗର ଦ୍ୱାରର ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।


“ଅନନ୍ତର ସେହି ବିଶ୍ରାମବାର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପେ ବିଡ଼ା ଆଣିଲ ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।


“ପୁଣି ପ୍ରଥମ ଫଳର ଦିନରେ ଅର୍ଥାତ୍ ଯେତେବେଳେ ତୁମ୍ଭେମାନେ ସାପ୍ତାହିକ ପର୍ବରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ ସେଦିନ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।


ଆମ୍ଭେମାନେ କିଏ ଯେ ଏପରି ସ୍ୱେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହେବୁ? ଏହି ସମସ୍ତ ବସ୍ତୁ ମୋ'ଠାରୁ କିଅବା ମୋର ଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କେବଳ ତାହା ତୁମ୍ଭକୁ ଦେଇଅଛୁ।


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।


Swiv nou:

Piblisite


Piblisite