Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 22:4 - ପବିତ୍ର ବାଇବଲ

4 “ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡ଼ି ଯିବାର ଦେଖିବ ତୁମ୍ଭେ ସେମାନଙ୍କୁ ଉଠାଇ ଦେବ କିଅବା ଉଠାଇବାରେ ସାହାଯ୍ୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 22:4
10 Referans Kwoze  

ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ।


ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା'ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ?


ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ।


କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।


ତୁମ୍ଭେ ତୁମ୍ଭର ପଡ଼ୋଶୀଙ୍କ ଗର୍ଦ୍ଦଭ ପାଇଲେ ମଧ୍ୟ ତୁମ୍ଭେ ତାହା ପ୍ରତି ଠିକ୍ ସେହିପରି କର, ତୁମ୍ଭେ ସର୍ବଦା ତୁମ୍ଭର ପଡ଼ୋଶୀମାନଙ୍କୁ ସାହାଯ୍ୟ କରିବ। ଯଦି ସେମାନଙ୍କର ଲୁଗା କିଅବା ଅନ୍ୟ କିଛି ଦ୍ରବ୍ୟ ସେମାନେ ହରାଇଥା’ନ୍ତି।


“ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କେବେବି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।


Swiv nou:

Piblisite


Piblisite