Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:10 - ପବିତ୍ର ବାଇବଲ

10 ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’ “ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ। ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବ।

Gade chapit la Kopi

ଓଡିଆ ବାଇବେଲ

10 ଏବେ, ହେ ସଦାପ୍ରଭୁ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 26:10
21 Referans Kwoze  

କିନ୍ତୁ ସେହି ଦୂତ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।”


ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍।


ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।


ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମୋ’ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମ ଦିନ ଆସିବ।


ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।


ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା! ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।


ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।


ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।


ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।


ଆମ୍ଭେମାନେ କିଏ ଯେ ଏପରି ସ୍ୱେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହେବୁ? ଏହି ସମସ୍ତ ବସ୍ତୁ ମୋ'ଠାରୁ କିଅବା ମୋର ଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କେବଳ ତାହା ତୁମ୍ଭକୁ ଦେଇଅଛୁ।


ତୁମ୍ଭେମାନେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ୱର ଶୁଣ।


“ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।


ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଆପଣା ତୈଳର, ଆପଣା ମେଷ ଲୋମର ପ୍ରଥମ ଭାଗ ଯାଜକଗଣଙ୍କୁ ନିଶ୍ଚିତ ଦେବ।


“ଶସ୍ୟଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ୟ ଏବଂ ପ୍ରଥମ ଫଳର ରସ ଦେବାରେ କୌଣସି ବିଳମ୍ବ କରିବ ନାହିଁ। ଏବଂ “ତୁମ୍ଭର ପ୍ରଥମଜାତ ସନ୍ତାନ ମୋତେ ଉତ୍ସର୍ଗ କରିବ।


“ଶସ୍ୟଅମଳ ସମୟରେ ତୁମ୍ଭେ ଯେତେବେଳେ ଶସ୍ୟ ସାଇତିବ ପ୍ରଥମ ଶସ୍ୟ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। “ତୁମ୍ଭେ କୌଣସି ଯୁବା ଛାଗର ମାଂସକୁ ତା'ର ମାତୃ ଦୁ‌ଗ୍‌ଧରେ ପାକ କରିବ ନାହିଁ।”


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସ୍ମରଣ କର। ଏହି କଥା ମନେରଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦେଇଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।


Swiv nou:

Piblisite


Piblisite