Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:3 - ପବିତ୍ର ବାଇବଲ

3 ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।”

Gade chapit la Kopi




ଦ୍ଵିତୀୟ ବିବରଣ 26:3
13 Referans Kwoze  

ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।


ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ।


ପରମେଶ୍ୱରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ୟ ଜଣେ ମହାଯାଜକ ଅଛନ୍ତି।


ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେ ସମୟରେ ଯାଜକ ଓ ବିଗ୍ଭରକର୍ତ୍ତାଙ୍କ ଆଗରେ ଛିଡ଼ା ହେବେ।


ତୁମ୍ଭେ ଏହି ଦେଶରେ ପ୍ରବାସ କର। ତହିଁରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ ଓ ଆଶୀର୍ବାଦ କରିବା। ପୁଣି ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦେବା। ତୁମ୍ଭ ପିତା ଅବ୍ରହାମଙ୍କ ନିକଟରେ କରିଥିବା ଶପଥ ଆମ୍ଭେ ସଫଳ କରିବା।


ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶରେ ଅସ୍ଥାୟୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହେବ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦେବି ଏବଂ ମୁଁ ସେମାନଙ୍କର ପରମେଶ୍ୱର ହେବି।”


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।


“ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।


ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛୁ, ଏହାସବୁ ତୁମ୍ଭମାନଙ୍କର, ଯାଅ ଏବଂ ଏହାକୁ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ଯଥା: ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବକୁ ଏହା ଦେବା ପାଇଁ ଶପଥ କରିଥିଲୁ, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ବଂଶଧରମାନଙ୍କୁ ଏହି ଦେଶମାନ ଦେବା ପାଇଁ ଶପଥ କରିଥିଲୁ।‌’”


Swiv nou:

Piblisite


Piblisite