Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 32:2 - ପବିତ୍ର ବାଇବଲ

2 ମୋର ଉପଦେଶ ବର୍ଷା ପରି ବର୍ଷିବ। ମୋର ବାଣୀ ଶିଶିର ପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ମନ୍ଦ ମନ୍ଦ ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

2 ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 32:2
14 Referans Kwoze  

ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।


କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧ୍ୟରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହେବେ, ଏବଂ କେବେ ମନୁଷ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ ନାହିଁ। ଆଉ ମଧ୍ୟ ସେମାନେ ତୃଣ ଉପରେ ବୃଷ୍ଟି ସଦୃଶ ହେବେ ଏବଂ ମନୁଷ୍ୟମାନଙ୍କ ଉପରେ ଭରସା ରଖିବେ ନାହିଁ।


“ହେ ଇଫ୍ରୟିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ୟବହାର କରିବୁ? ତୁମ୍ଭମାନଙ୍କର ବିଶ୍ୱସ୍ତତା ସକାଳର କୁହୁଡ଼ି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ୟୁଷରେ ଉଭେଇ ଯାଏ।


ଏହି ଲୋକ ଉଦିତ ସୂର୍ଯ୍ୟରେ ଦୀପ୍ତି ତୁଲ୍ୟ ଉଜ୍ଜ୍ୱଳମାନ ହେବ। ସେ ଲୋକ ବାଦଲ ବିହୀନ ପ୍ରଭାତ ତୁଲ୍ୟ, ବୃଷ୍ଟି ହୋଇଯାଇଥିବା ଆକାଶ ତୁଲ୍ୟ, ଯେଉଁ ବୃଷ୍ଟି ସୂକ୍ଷ୍ମ ଘସାକୁ ବଢ଼ାଏ।’


ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ୟ ଉତ୍ପନ୍ନ କରିବା ନିମନ୍ତେ ସେହି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସେହି କ୍ଷେତ୍ର ଲୋକମାନଙ୍କ ପାଇଁ ଉପଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ୱରଙ୍କର ଆଶୀର୍ବାଦ ପାଏ।


ବସନ୍ତ ଋତୁରେ ବର୍ଷା ହେବା ପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କେବଳ ବିଦ୍ୟୁତ୍ ପ୍ରେରଣ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରତ୍ୟେକଙ୍କୁ କ୍ଷେତର ଘାସ ପ୍ରଦାନ କରନ୍ତି।


ଇସ୍ରାଏଲ ପାଇଁ ଆମ୍ଭେ କୁହୁଡ଼ି ପରି ହେବା। ଇସ୍ରାଏଲ କଇଁଫୁଲ ପରି ଫୁଟିବ। ସେ ଲିବାନୋ‌ନ୍‌ର ଦେବଦାରୁ ଗଛପରି ବଢ଼ିବ।


ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। ତୁମ୍ଭେ ପୃଥିବୀର ମାଟିକୁ ନରମ କର। ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।


କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମୋର ଆଦେଶ ପରିତ୍ୟାଗ କର ନାହିଁ।


ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମୋତେ କହୁଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟତବାକ୍ୟ ପ୍ରଗ୍ଭର କର ନାହିଁ। ଇ‌‌ସ୍‌‌ହାକ ପରିବାର ବିରୁଦ୍ଧରେ ମଧ୍ୟ ପ୍ରଗ୍ଭର କର ନାହିଁ।’


ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗ ବ୍ୟବହାର କରିବେ ଓ ଅଶୂରୀୟମାନଙ୍କୁ ଶାସନ କରିବେ। ସେମାନେ ମଧ୍ୟ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତରେ ‌‌ଖ‌ଡ଼୍‌ଗ ଧାରଣ କରି ଶାସନ କରିବେ। କିନ୍ତୁ ଇସ୍ରାଏଲର ଶାସକ ଯେଉଁ ଅଶୂରୀୟମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧ୍ୟରେ ପ୍ରବେଶ କରିବେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


Swiv nou:

Piblisite


Piblisite