Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:11 - ପବିତ୍ର ବାଇବଲ

11 ତେଣୁ ସେମାନେ ମୋର ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଛିଡ଼ା ହେଲେ। ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାରରେ ବ୍ୟାପ୍ତ ହୋଇଥିଲା ଓ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜଳିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଛିଡ଼ା ହେଲ ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ତିମିରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ଵଳିଲା।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।

Gade chapit la Kopi




ଦ୍ଵିତୀୟ ବିବରଣ 4:11
10 Referans Kwoze  

“ମାତ୍ର ପର୍ବତ ଅଗ୍ନିରେ ଜଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ଶବ୍ଦ ଶୁଣିଲ। ଏହା ପରେ ତୁମ୍ଭମାନଙ୍କର ଗୋଷ୍ଠୀର ମୁଖ୍ୟ ଓ ପ୍ରାଚୀନ ମୋ’ ନିକଟକୁ ଆସିଲେ।


ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣି ପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ୱାସ ରଖିବେ। ତୁମ୍ଭେ ସେମାନଙ୍କୁ ଯାହା କହିବ ସେମାନେ ତାହା ବିଶ୍ୱାସ କରିବେ।” ଏହା ପରେ ମୋଶା ପରମେଶ୍ୱରଙ୍କୁ ଲୋକମାନଙ୍କର ସମସ୍ତ କଥା କହିଲେ।


ଏହା ପରେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କୁ କଥା କହିଲେ। ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ। ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ।


ପରମେଶ୍ୱର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ଯେମିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିଯୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।


ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।


ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ତାଙ୍କ ପାଦତଳେ ଥିଲା।


ଭୂମିକମ୍ପ ପରେ ସେଠାରେ ଅଗ୍ନି ବ୍ୟାପିଲା, ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।


Swiv nou:

Piblisite


Piblisite