Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:3 - ପବିତ୍ର ବାଇବଲ

3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ, କିନ୍ତୁ ସେ ଆମ୍ଭ ସମସ୍ତଙ୍କ ସହିତ ତାହା କଲେ, ଯେଉଁମାନେ ଏଠାରେ ଆଜି ବାସ କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 5:3
12 Referans Kwoze  

ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସେମାନେ ତାହା ଦେଖି ପାରି ନ ଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ସେମାନେ ଗ୍ଭହିଁଥିଲେ, କିନ୍ତୁ ସେମାନେ ତାହା ଶୁଣି ପାରି ନ ଥିଲେ।


କିନ୍ତୁ ମୋର ଚୁକ୍ତି ଇ‌ସ୍‌ହାକ ସହିତ ହେବ। ସାରା ଇ‌ସ୍‌ହାକକୁ ଜନ୍ମ ଦେବ। ଆସନ୍ତା ବର୍ଷ ଏହି ସମୟରେ ଇ‌ସ୍‌ହାକ ଜନ୍ମ ନେବ।”


ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କର ପରମେଶ୍ୱର ହେବି।


ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ ହୋରେବ ପର୍ବତରେ ଏକ ଚୁକ୍ତି କରିଥିଲେ। ତାହାଛଡ଼ା ସେ ମୋୟାବ ଦେଶରେ ତାଙ୍କ ସହିତ ଆଉ ଏକ ଚୁକ୍ତି କରିଥିଲେ। ତାହା ସବୁ ଏହି ଯେ,


ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


ହେ ଯିରିମିୟ! ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିଶର ଦେଶର ଦାସତ୍ୱରୁ ମୁକ୍ତ କରିଥିଲୁ ଓ ସେମାନଙ୍କ ସହିତ ଏହି ନିୟମ କରିଥିଲୁ।


ସେଥିପାଇଁ ତୁମ୍ଭେମାନେ ସମସ୍ତ ନିର୍ଦ୍ଦେଶ ଚୁକ୍ତି ଅନୁସାରେ ମାନିବା ଉଚିତ୍, ତେବେ ତୁମ୍ଭେମାନେ ଯେଉଁସବୁ କର୍ମ କରିବ ସେଥିରେ ତୁମ୍ଭେମାନେ ସମସ୍ତ କୁଶଳତା ପାଇବ।


Swiv nou:

Piblisite


Piblisite