ଦ୍ଵିତୀୟ ବିବରଣ 8:2 - ପବିତ୍ର ବାଇବଲ2 ଆଉ ତୁମ୍ଭେମାନେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଗ୍ଭଳିଶ୍ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନେବା ପାଇଁ ତୁମ୍ଭେମାନେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ ଓ ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେ ସକଳ ପଥରେ ଗମନ କରାଇଅଛନ୍ତି , ତାହା ସ୍ମରଣ କର। Gade chapit laଓଡିଆ ବାଇବେଲ2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର। Gade chapit la |
ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅଦ୍ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।