ଦ୍ଵିତୀୟ ବିବରଣ 9:1 - ପବିତ୍ର ବାଇବଲ1 “ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ, ଶୁଣ; ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ବୃହତ ଓ ଗଗନସ୍ପର୍ଶୀ-ପ୍ରାଚୀର ବେଷ୍ଟିତ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ; Gade chapit laଓଡିଆ ବାଇବେଲ1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ; Gade chapit la |
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା'ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”
ତେଣୁ ମୋତେ ବର୍ତ୍ତମାନ ସେହି ପର୍ବତମୟ ଦେଶ ଦିଅ, ମୋତେ ଯାହାକି ସଦାପ୍ରଭୁ ବହୁ ଦିନ ପୂର୍ବରୁ ପ୍ରତିଜ୍ଞା କରିଥିଲେ। ସେହି ସମୟରେ ତୁମ୍ଭେ ସେହି ଲଢ଼ୁଆ ଅନାକୀୟମାନଙ୍କ ବିଷୟରେ ଶୁଣିଥିଲ, ଯେଉଁମାନେ କି ସେଠାରେ ବାସ କରୁଥିଲେ। ଏବଂ ସେମାନଙ୍କର ନଗର ଗୁଡ଼ିକ ବହୁତ ବଡ଼ ଥିଲା ଓ ସବୁ ଦିଗରୁ ସୁରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମୋତେ ମୋ’ ସହିତ ଥାଇ ପାରନ୍ତି। ଏବଂ ମୁଁ ବର୍ତ୍ତମାନ ସେହି ଭୂମିକୁ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ନେବି।”