Biblia Todo Logo
Bib sou entènèt

- Piblisite -




ଉପଦେଶକ 2:26 - ପବିତ୍ର ବାଇବଲ

26 ପରମେଶ୍ୱର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ୱର ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ୱର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାୟିତ୍ୱ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାୟୁକୁ ଧରିବା ପରି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ଵରଙ୍କୁ ତୃଷ୍ଟ କରେ, ସେ ତାହାକୁ ଜ୍ଞାନ ଓ ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ଵରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକି ସେ ଆୟାସ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

Gade chapit la Kopi

ଓଡିଆ ବାଇବେଲ

26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

Gade chapit la Kopi




ଉପଦେଶକ 2:26
24 Referans Kwoze  

ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ଯେଉଁମାନେ ସୁଧ ଓ ବୁଦ୍ଧିଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସେମାନେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚୟ କରନ୍ତି।


ଏପର୍ଯ୍ୟନ୍ତ ତୁମ୍ଭେ ମୋ’ ନାମରେ କିଛି ମାଗି ନାହଁ। ମାଗ, ତୁମ୍ଭେମାନେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହେବ।


କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।


ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।


କିନ୍ତୁ ମଣିଷ ଭିତରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ୱାସ ଯାହା ସେମାନଙ୍କୁ ସମସ୍ତ ବୁଝାମଣା ଦେଇଥାଏ।


ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର।


ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।


“ଆୟୁବ, କିଏ ମଣିଷକୁ ବୁଦ୍ଧିମାନ କରେ? କିଏ ତାଙ୍କ ଭିତରେ ଜ୍ଞାନ ଭର୍ତ୍ତୀ କରେ?


ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।


ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ, ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


ମୁଁ ମନୋଯୋଗ କଲି ଅଧ୍ୟୟନ ପାଇଁ ଏବଂ ଜ୍ଞାନ ଦ୍ୱାରା ସବୁକିଛି ବୁଝିବା ପାଇଁ ଯାହା ସ୍ୱର୍ଗତଳେ ହୁଏ। ଏହି କାର୍ଯ୍ୟ, ଯାହା ପରମେଶ୍ୱର ମନୁଷ୍ୟମାନଙ୍କୁ ଦେଇଛନ୍ତି ବ୍ୟସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।


ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ।


Swiv nou:

Piblisite


Piblisite