Biblia Todo Logo
Bib sou entènèt

- Piblisite -




ଉପଦେଶକ 3:19 - ପବିତ୍ର ବାଇବଲ

19 ଜଣେ ମନୁଷ୍ୟ ପଶୁଠାରୁ କ’ଣ ଉତ୍ତମ? ନାଁ! କାରଣ ମନୁଷ୍ୟ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ୟ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ‘ପ୍ରାଣବାୟୁ’ ଏକାପରି। କ’ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ୟ ମଧ୍ୟରେ କୌଣସି ଉନ୍ନତି ଅଛି କି? ପ୍ରତ୍ୟେକ ଜିନିଷ ଅବଶ୍ୟ ଅର୍ଥହୀନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର।

Gade chapit la Kopi

ଓଡିଆ ବାଇବେଲ

19 କାରଣ ମନୁଷ୍ୟ ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣ ବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।

Gade chapit la Kopi




ଉପଦେଶକ 3:19
18 Referans Kwoze  

ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି। କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ। ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।


ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ, ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।


ଯେପରି ମୂର୍ଖର, ସେହିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରଣ ଭବିଷ୍ୟତରେ, ସମସ୍ତେ ବିସ୍ମୃତ ହୋଇ ଯାଇଥିବେ। ଜଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆଯିବ?


ଜ୍ଞାନବାନ ବ୍ୟକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ୟକ୍ତି ଅନ୍ଧକାରରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶେଷରେ ଉଭୟ ମୃତ୍ୟୁବରଣ କରନ୍ତି।


ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି। ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ, ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି, ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।


ଆମ୍ଭେମାନେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭେମାନେ ଭୂମିରେ ଢଳା ହୋଇଥିବା ପାଣି ପରି, ଯାହାକି ପୁନର୍ବାର ସଂଗ୍ରହ ହୋଇ ପାରିବ ନାହିଁ। ପରମେଶ୍ୱର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସେମାନଙ୍କ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ୟରେ ଦୌଡ଼ି ପଳାନ୍ତି।


ଯଦି ଏହି ଲୋକମାନେ ସ୍ୱାଭାବିକ ଭାବରେ ମରନ୍ତି, ତେବେ ବୁଝିବେ ସଦାପ୍ରଭୁ ମୋତେ ପଠାଇନାହାନ୍ତି।


ଭୋଜିକୁ ଯିବା ଅପେକ୍ଷା ଶବଦାହକୁ ଯିବା ଭଲ। କାରଣ ତାହା ସମୁଦାୟ ମନୁଷ୍ୟର ଶେଷଗତି ଅଟେ ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବା ଉଚିତ୍।


ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅଶୌଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରତ୍ୟେକଙ୍କ ପାଇଁ ସବୁକିଛି ସମାନ।


କାରଣ ମନୁଷ୍ୟ ତା'ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।


ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। ସେଲା


ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।


ତା'ପରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷୟରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନେଲି। ଏବଂ ଏହା ହିଁ ପବନର ପଶ୍ଚା‌‌‌ତ୍‌‌‌ଧାବନ ବୋଲି ମୁଁ ଜାଣିଲି।


Swiv nou:

Piblisite


Piblisite