ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”