Biblia Todo Logo
Bib sou entènèt

- Piblisite -




ଉପଦେଶକ 5:16 - ପବିତ୍ର ବାଇବଲ

16 ତାହା ଅତ୍ୟନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫେରିବ ଠିକ୍ ଯେପରି ଆସିଥିଲା। “ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ’ଣ ପାଇଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ଵରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ?

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ?

Gade chapit la Kopi




ଉପଦେଶକ 5:16
13 Referans Kwoze  

ମନୁଷ୍ୟ ସୂର୍ଯ୍ୟ ତଳେ, ଯାହାକିଛି ପରିଶ୍ରମ କରେ ସେଥିରୁ ସେ କ’ଣ ଲାଭ ପାଏ?


ଜଣେ ଯିଏ ଆପଣା ପରିବାରକୁ ସମସ୍ୟାର କାରଣ ହୁଏ, କିଛି ଅଧିକାର ପାଏ ନାହିଁ। ପୁଣି ସେ ଜଣେ ଅଜ୍ଞାନୀ ବିଜ୍ଞ ବ୍ୟକ୍ତିର ଦାସ ହେବ।


ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”


ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି?


ଇସ୍ରାଏଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସେମାନେ ବାୟୁରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସେମାନେ କେବଳ ଦୁଃଖହିଁ ପାଇବେ। ସେମାନେ ଘୂର୍ଣ୍ଣିବାତ୍ୟାକୁ ନିମନ୍ତ୍ରଣ କଲେ। ଜମିରେ ଉତ୍ପନ୍ନ ହେଉଥିବା ଶସ୍ୟ ଖାଦ୍ୟ ଯୋଗାଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତେବେ ତାକୁ ଅଜଣା ଲୋକ ଭକ୍ଷ୍ୟଣ କରିବେ।


“ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟ‌ଦ୍‌ବକ୍ତାମାନେ ବା‌‌ଲ୍‌‌ଦେବ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚା‌‌ଦ୍‌‌ଗମନ କଲେ।”


ଆମ୍ଭେମାନେ ଗର୍ଭବେଦନା ପାଇଅଛୁ, କିନ୍ତୁ ବ୍ୟଥିତା ହୋଇ ବାୟୁ ଜନ୍ମ ଦେଇଛୁ। ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ କି ନଗରବାସୀ ଭୂମିଷ୍ଠ ହୋଇ ନାହାନ୍ତି।


ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ୟନ୍ତ ଦୁଃଖର ବିଷୟ ଯାହା ଜୀବନରେ ଘଟିଛି। ମନୁଷ୍ୟମାନେ ସେମାନଙ୍କର ପାଇଁ ଅର୍ଥ ଜମା ରଖନ୍ତି।


ମୂର୍ତ୍ତିଗୁଡ଼ିକୁ ଅନୁସରଣ କରିବା ପାଇଁ ପରମେଶ୍ୱରଙ୍କଠାରୁ ଦୌଡ଼ି ପଳାଅ ନାହିଁ! ସେମାନେ ଅସାର, ସେମାନେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି।


ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି ଯେ ତୁମ୍ଭେମାନେ, ଏହି ପ୍ରକାର ଲୋକ ଓ ସେମାନଙ୍କ ସହିତ ପରମେଶ୍ୱରଙ୍କ ପାଇଁ ପରିଶ୍ରମ କରି ସେବା କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ।


ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।


ଜଣେ ବ୍ୟକ୍ତି ତା'ର ସମସ୍ତ ପରିଶ୍ରମରୁ କ’ଣ ଲାଭ ପାଏ?


Swiv nou:

Piblisite


Piblisite