Biblia Todo Logo
Bib sou entènèt

- Piblisite -




ଉପଦେଶକ 5:6 - ପବିତ୍ର ବାଇବଲ

6 ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହେବାକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ। ପରମେଶ୍ୱର ତୁମ୍ଭ ଉପରେ କାହିଁକି କ୍ରୋଧ ହେବେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭ୍ରମ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ଵର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?

Gade chapit la Kopi




ଉପଦେଶକ 5:6
23 Referans Kwoze  

ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା'ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ।


ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।


ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା'ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ।


ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।


ସେ ଦୂତ ଥିଲେ ଯିଏ ମୋତେ ବିପଦରୁ ଉଦ୍ଧାର କରିଛନ୍ତି। ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ। ସେମାନେ ମୋ’ ନାମ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକଙ୍କ ନାମ ବହନ କରିବେ। ମୁଁ ପ୍ରାର୍ଥନା କରୁଛି, ସେମାନେ ବୃଦ୍ଧି ପାଇବେ ଏବଂ ଦେଶ ସେମାନଙ୍କର ପରିବାର ଦ୍ୱାରା ଜନପୂର୍ଣ୍ଣ ହୋଇଯିବ।”


“ଆଉ ଯାଜକ ଇସ୍ରାଏଲର ଲୋକମାନଙ୍କ ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ କରିବା ଉଚିତ୍; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜ ଉପହାର ଅର୍ଥାତ୍ ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣି ଅଛନ୍ତି।


ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।


ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।


ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।


ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।


“ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।


“ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ।


ପାପୀଗଣଙ୍କ ପ୍ରତି ଈର୍ଷାଳୁ ହୁଅ ନାହିଁ। ତୁମ୍ଭର ଜୀବନର ସମସ୍ତ ଦିନଗୁଡ଼ିକ ସଦାପ୍ରଭୁଙ୍କ ପ୍ରତି ସମ୍ମାନ ଓ ଭୟ କର।


ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ।


ଜ୍ଞାନୀର କଥା ତା’ ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।


Swiv nou:

Piblisite


Piblisite