ଉପଦେଶକ 6:2 - ପବିତ୍ର ବାଇବଲ2 ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପରମେଶ୍ଵର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ଵର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅପର ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ଵରୂପ। Gade chapit laଓଡିଆ ବାଇବେଲ2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।
ପରମେଶ୍ୱର ଶଲୋମନଙ୍କୁ କହିଲେ, “ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଗ୍ଭହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାୟୁ ମଧ୍ୟ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କେବଳ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମୋର ଲୋକମାନଙ୍କୁ ବୁଦ୍ଧିମାନରେ ନିଷ୍ପତ୍ତି ଦେଇପାର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ।