Biblia Todo Logo
Bib sou entènèt

- Piblisite -




ଉପଦେଶକ 8:3 - ପବିତ୍ର ବାଇବଲ

3 ଭୟ କର ନାହିଁ, ତାଙ୍କର ଉପସ୍ଥିତିରେ ବାହାରି ଯାଅ, ବିଳମ୍ବ କର ନାହିଁ ଯେତେବେଳେ ବାଣିଜ୍ୟ ମନ୍ଦ ଅଟେ। ମନେରଖ ରାଜା ଯାହା ଗ୍ଭହିଁବେ ତାଙ୍କ ଇଚ୍ଛାରେ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।

Gade chapit la Kopi




ଉପଦେଶକ 8:3
13 Referans Kwoze  

କାରଣ ଜଣେ ଶାସକ ତୁମ୍ଭ ଉପରେ ରାଗିଛନ୍ତି, ସେଥିପାଇଁ ପଳାଇଯାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁ‌‌ଲ୍‌‌କୁ ମଧ୍ୟ ଅତିକ୍ରମ କରିପାରେ। କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ଅନିଷ୍ଟ କ୍ଷାନ୍ତ ହୁଏ।


ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।


ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।


ଯେ କ୍ରୋଧରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ଯିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।


କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ୟ; ମୋର ବାକ୍ୟ ତୁମ୍ଭେ ବିଶ୍ୱାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।


ଯୁଦ୍ଧାଶ୍ୱ, ଛାଗ ଓ ରାଜା ଯାହା ବିରୁଦ୍ଧରେ କେହି ଉଠେ ନାହିଁ।


ଯାକୁବ ଫାରୋଙ୍କୁ କହିଲେ, “ମୋର ପ୍ରବାସ କାଳର ଦିନ 130 ବର୍ଷ, ମୋର ପରମାୟୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମୋରହ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ହେ ମୋର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସେହି ଲୋକମାନଙ୍କ ସହିତ ଜଡ଼ିତ ହୁଅ ନାହିଁ। ଯେଉଁମାନେ ସେମାନଙ୍କର ବିପକ୍ଷରେ ଅଛନ୍ତି।


Swiv nou:

Piblisite


Piblisite