Biblia Todo Logo
Bib sou entènèt

- Piblisite -




ଉପଦେଶକ 8:9 - ପବିତ୍ର ବାଇବଲ

9 ମୁଁ ଏହିସବୁ ଦେଖିଛି ଯାହା ସୂର୍ଯ୍ୟ ତଳେ କରାଯାଏ, ଏବଂ ମୁଁ ଏ ବିଷୟରେ ଗଭୀର ଭାବରେ ଚିନ୍ତା କରିଛି। କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର କ୍ଷତି କରିବା ନିମନ୍ତେ କ୍ଷମତା ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।

Gade chapit la Kopi

ଓଡିଆ ବାଇବେଲ

9 ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।

Gade chapit la Kopi




ଉପଦେଶକ 8:9
15 Referans Kwoze  

କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।


ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ୟନ୍ତ ଦୁଃଖର ବିଷୟ ଯାହା ଜୀବନରେ ଘଟିଛି। ମନୁଷ୍ୟମାନେ ସେମାନଙ୍କର ପାଇଁ ଅର୍ଥ ଜମା ରଖନ୍ତି।


ମୋ’ ହୃଦୟରେ ମୁଁ ଜାଣିବାକୁ, ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚା‌‌‌ତ୍‌‌‌ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଗ୍ଭହିଁଲି। ମୁଁ ମଧ୍ୟ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଗ୍ଭହିଁଲି।


ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ।


ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।


“କିନ୍ତୁ ହି‌ଷ୍‌ବୋନର ରାଜା ସୀହୋନ୍ ତାଙ୍କ ଦେଶ ମଧ୍ୟଦେଇ ଆମ୍ଭମାନଙ୍କୁ ଯିବାକୁ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାଙ୍କର ହୃଦୟ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭେମାନେ ସୀହୋନକୁ ପରାସ୍ତ କରି ପାରିବ, ଏବଂ ଆଜି ଆମ୍ଭେ ଜାଣିଲୁ ବାସ୍ତବରେ କ’ଣ ସବୁ ଘଟିଲା।


ସମୁଦ୍ର ତା'ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡ଼ିକ, ଅଶ୍ୱାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଉଥିବା ଫାରୋଙ୍କର ସମଗ୍ର ସୈନ୍ୟବାହିନୀ ସମୁଦ୍ରରେ ବୁଡ଼ିଗଲେ। କେହି ଜଣେ ହେଲେବି ସୈନ୍ୟ ବଞ୍ଚିଲେ ନାହିଁ।


ସେମାନେ ସିଦିକିୟଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖରେ ବଧ କଲେ। ତା'ପରେ ସେମାନେ ସିଦିକିୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ ଓ ତାଙ୍କୁ ଶୃଙ୍ଖଳରେ ବାନ୍ଧି ବାବିଲକୁ ନେଇ ଗଲେ।


ପୁଣି ଥରେ ମୁଁ ସୂର୍ଯ୍ୟ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ୟାୟ ସ୍ଥାନରେ, ଦୁଷ୍ଟତା ସେଠାରେ ଥିଲା, ଏବଂ ଯେଉଁଠାରେ ଧାର୍ମିକତା ରହିବା ଉଚିତ୍ ଥିଲା, ସେଠାରେ ଜଣେ ଦୁରାଗ୍ଭର ଥିଲା।


ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ।


ଅରାଜକତା ଜ୍ଞାନୀ ଲୋକମାନଙ୍କୁ ବୋକା କରିଦିଏ, ଲାଞ୍ଚ ବିବେକ ନଷ୍ଟ କରେ।


ଅନେକ ଫାମ୍ପା ସ୍ୱପ୍ନ ଏବଂ ଅନେକ ବାଗ୍ଭଳତା ଯୋଗୁଁ ଏସବୁ ଘଟେ। ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ନିଶ୍ଚୟ ଭୟ କର।


Swiv nou:

Piblisite


Piblisite