Biblia Todo Logo
Bib sou entènèt

- Piblisite -




ଉପଦେଶକ 9:9 - ପବିତ୍ର ବାଇବଲ

9 ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି। ତୁମ୍ଭର ସେହି ଅସାର ଆୟୁଷର ସେତିକି ଦିନ ଆପଣା ପ୍ରିୟତମ ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ଯ୍ୟତଳେ କରିଥିବା କଠିନ କର୍ମର ଫଳ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Gade chapit la Kopi

ଓଡିଆ ବାଇବେଲ

9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Gade chapit la Kopi




ଉପଦେଶକ 9:9
14 Referans Kwoze  

ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।


ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।


କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ?


ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର।


ମୋର ଅର୍ଥହୀନ ଜୀବନ କାଳ ମଧ୍ୟରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତେବେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ୱେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା'ର ଦୁଷ୍ଟାମୀ ସତ୍ତ୍ୱେ ଦୀର୍ଘଜୀବୀ ହୁଏ।


ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ୟକ୍ତି ଏହା କରି ପାରିବ। ଏହି ପୃଥିବୀରେ ତା'ର ଅଳ୍ପ ଜୀବନ କାଳ ମଧ୍ୟରେ ଜଣେ ବ୍ୟକ୍ତି ଯାହା କାର୍ଯ୍ୟ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ୱର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦେଇଛନ୍ତି ଏବଂ ତାହା ହିଁ ତା'ର ସବୁକିଛି।


ସେଥିପାଇଁ ମୁଁ ଦେଖିଲି ଯେ, କେବଳ ନିଜ ସ୍ୱକର୍ମରେ ଆନନ୍ଦ କରିବା ବ୍ୟତୀତ ମନୁଷ୍ୟ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହା ହିଁ ତା'ର ଅଧିକାର। ଆଉ ଏହା ପରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫେରାଇ ଆଣିପାରିବ?


ଏପରି କେହି ଅଛି କି ଯିଏକି ମୋ'ଠାରୁ ସୁଖୀ ହେବା ପାଇଁ ଅଧିକ ଚେଷ୍ଟା କରିଛି। ଏବଂ ଏହା ଯାହା ମୁଁ ଶିକ୍ଷା କରିଛି, ଏହା ହେଉଛି ସବୁଠାରୁ ଭଲକଥା ଖାଇବା, ପିଇବା, ଏବଂ କରିଥିବା କାର୍ଯ୍ୟକୁ ଉପଭୋଗ କରିବା। ମୁଁ ଦେଖୁଛି ଯେ, ଏହା ପରମେଶ୍ୱରଙ୍କଠାରୁ ଆସେ।


ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।


ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।


ମନୁଷ୍ୟ ଜୀବନ ପବନର ଫୁତ୍କାର। ତାହାର ଜୀବନ ବହିଯିବା ଦିନର ଛାୟା ତୁଲ୍ୟ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ। ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ। ସେଲା


ଇ‌ସ୍‌ହାକ ସେଠାରେ ବହୁ ଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ଦେଇ ଇ‌ସ୍‌ହାକ ଓ ତାଙ୍କର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।


Swiv nou:

Piblisite


Piblisite