ଏଫିସୀୟ 1:18 - ପବିତ୍ର ବାଇବଲ18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ତାହାଙ୍କ ଆହ୍ଵାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ, Gade chapit laଓଡିଆ ବାଇବେଲ18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ, Gade chapit laପବିତ୍ର ବାଇବଲ (CL) NT (BSI)18 ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ, Gade chapit la |
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲବ୍ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।