ଏଫିସୀୟ 2:16 - ପବିତ୍ର ବାଇବଲ16 କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ କ୍ରୁଶ ଦ୍ଵାରା ଶତ୍ରୁତା ବିନାଶ କରି ତଦ୍ଦ୍ଵାରା ଉଭୟକୁ ଏକ ଶରୀର ସ୍ଵରୂପ ଗଠନ କରି ଈଶ୍ଵରଙ୍କ ସହିତ ମିଳିତ କରାନ୍ତି। Gade chapit laଓଡିଆ ବାଇବେଲ16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ୱରଙ୍କ ସହିତ ମିଳିତ କରାନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)16 କ୍ରୁଶରେ ତାଙ୍କ ମୃତ୍ୟୁଭୋଗ ଦ୍ୱାରା ଖ୍ରୀଷ୍ଟ ସେହି ଜାତିମାନଙ୍କ ମଧ୍ୟରେ ଥିବା ଶତ୍ରୁତାକୁ ବିଲୋପ କରିଛନ୍ତି; କ୍ରୁଶ ଦ୍ୱାରା ସେ ଉଭୟ ଜାତିକୁ ସମ୍ମିଳିତ କରି ଏକ ଶରୀର ସ୍ୱରୂପ କରିଛନ୍ତି ଏବଂ ଈଶ୍ୱରଙ୍କ ନିକଟକୁ ସେମାନଙ୍କୁ ଫେରାଇ ଆଣିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।