ଏଫିସୀୟ 2:8 - ପବିତ୍ର ବାଇବଲ8 ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ। Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ଅନୁଗ୍ରହରେ ବିଶ୍ଵାସ ଦ୍ଵାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ଵରଙ୍କ ଦାନ, Gade chapit laଓଡିଆ ବାଇବେଲ8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ, Gade chapit laପବିତ୍ର ବାଇବଲ (CL) NT (BSI)8-9 କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।
ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲବ୍ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।