ଏଫିସୀୟ 3:3 - ପବିତ୍ର ବାଇବଲ3 ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଅର୍ଥାତ୍, ପ୍ରତ୍ୟାଦେଶ ଦ୍ଵାରା ସେହି ନିଗୂଢ଼ତତ୍ତ୍ଵ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି; Gade chapit laଓଡିଆ ବାଇବେଲ3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି । Gade chapit laପବିତ୍ର ବାଇବଲ (CL) NT (BSI)3 ଈଶ୍ୱର ତାଙ୍କର ଗୁପ୍ତ ଯୋଜନା ପ୍ରକାଶ କରି ମୋତେ ଜଣାଇଛନ୍ତି। (ଏ ବିଷୟରେ ମୁଁ ସଂକ୍ଷିପ୍ତଭାବେ ଲେଖୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି। Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।