ଏଫିସୀୟ 4:1 - ପବିତ୍ର ବାଇବଲ1 ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର, Gade chapit laଓଡିଆ ବାଇବେଲ1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, Gade chapit laପବିତ୍ର ବାଇବଲ (CL) NT (BSI)1 ପ୍ରଭୁଙ୍କ ସେବା କରୁଥିବା ଯୋଗୁଁ ବନ୍ଦୀ ହୋଇଥିବା ମୁଁ ପାଉଲ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ଯେପରି ଜୀବନ ଯାପନ କରିବା ପାଇଁ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ତାହାର ଅନୁରୂପ ଆଚରଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, Gade chapit la |
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।