Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:29 - ପବିତ୍ର ବାଇବଲ

29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଞ୍ଚ ଆବଶ୍ୟକତାନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।

Gade chapit la Kopi

ଓଡିଆ ବାଇବେଲ

29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତୁମ ମୁଖରୁ କୁକଥା ନିର୍ଗତ ନ ହେଉ। ତୁମର କଥା ହିତକର, ଗଠନମୂଳକ ଓ କାର୍ଯ୍ୟୋପଯୋଗୀ ହେଉ। ତା’ହେଲେ ଯେଉଁମାନେ ତୁମର କଥା ଶୁଣିବେ, ସେମାନଙ୍କ ପ୍ରତି ତାହା ମଙ୍ଗଳଜନକ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।

Gade chapit la Kopi




ଏଫିସୀୟ 4:29
41 Referans Kwoze  

କଥାବାର୍ତ୍ତା କଲାବେଳେ, ସବୁବେଳେ ଦୟାଭାବ ରଖ ଓ ବିବେକୀ ହୁଅ। ତେବେ ତୁମ୍ଭେମାନେ ସମସ୍ତଙ୍କୁ ଉଚିତ୍ ଉତ୍ତର ଦେବାକୁ ସକ୍ଷମ ହେବ।


ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।


ଜ୍ଞାନୀର କଥା ତା’ ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।


ଜ୍ଞାନୀମାନଙ୍କର ବାକ୍ୟ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସେପରି କରେ ନାହିଁ।


ଦୁଷ୍ଟର ଓଷ୍ଠରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।


ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।


କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣି ପାରିବେ। ବାକ୍ୟର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।


ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!


ଉତ୍ତମ ଉତ୍ତର ଦେଇ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ଯଥୋଚିତ କଥା ଯଥୋଚିତ ସମୟରେ ଅଟେ।


ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।


ପ୍ରତ୍ୟେକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ୟ ବାହାରି ଆସୁଥିଲା, ସେଥିରେ ସମସ୍ତେ ବିସ୍ମିତ ହୋଇ ଯାଉଥିଲେ। ସେମାନେ କହୁଥିଲେ, “ଏ କ’ଣ ଯୋଷେଫଙ୍କ ପୁଅ ନୁହେଁ?”


ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ। ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି। ସେମାନଙ୍କର ପାଟି ଏକ କବର ସ୍ୱରୂପ ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।


ଠିକ୍ ସେହିଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା'ହେଲେ, ଯଦି ପତିମାନଙ୍କ ମଧ୍ୟରୁ କେତେଜଣ ପରମେଶ୍ୱରଙ୍କ ଶିକ୍ଷା ମାନୁ ନାହାନ୍ତି, ସେମାନଙ୍କୁ ବିଶ୍ୱାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହେବ ନାହିଁ। ସେମାନେ ସେମାନଙ୍କର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହେବେ।


ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।


ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା।


ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହେବେ।


ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।


ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।


କିନ୍ତୁ ମଣ୍ଡଳୀରେ ଅନ୍ୟ ଭାଷାରେ ହଜାର ହଜାର କଥା କହିବା ଅପେକ୍ଷା ବରଂ ସେମାନେ ବୁଝୁଥିବା ପାଞ୍ଚୋଟି କଥା କହିବାକୁ ଭଲ ପାଏ। ଏହା ଦ୍ୱାରା ମୁଁ ନିଜେ ବୁଝି ପାରିବି ଓ ଅନ୍ୟ ଲୋକମାନଙ୍କୁ ଶିକ୍ଷା ଦେଇ ପାରିବି।


ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା।


ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍।


ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ ଏହି କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ପଛେ ପଛେ ଗଲେ।


Swiv nou:

Piblisite


Piblisite