Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:7 - ପବିତ୍ର ବାଇବଲ

7 ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦତ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଖ୍ରୀଷ୍ଟ ଦେଇଥିବା ପରିମାଣ ଅନୁଯାୟୀ ଆମେ ପ୍ରତ୍ୟେକେ ଗୋଟିଏ ଗୋଟିଏ ବିଶେଷ ଦାନ ପାଇଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।

Gade chapit la Kopi




ଏଫିସୀୟ 4:7
13 Referans Kwoze  

ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।


ତୁମ୍ଭ ମଧ୍ୟରୁ ପ୍ରତ୍ୟେକେ ଗୋଟିଏ ଗୋଟିଏ ଆଧ୍ୟାତ୍ମିକ ଦାନ ପରମେଶ୍ୱରଙ୍କଠାରୁ ପାଇଛ। ପରମେଶ୍ୱର ଅନେକ ପ୍ରକାରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦେଖାଇଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାୟିତ୍ୱପୂର୍ଣ୍ଣ ସହିତ ପରମେଶ୍ୱରଙ୍କ ସେବକ ଭଳି ବ୍ୟବହାର କର। ଅତଏବ ଭଲ ସେବକ ହୋଇ ପରସ୍ପରର ସେବାରେ ସେଗୁଡ଼ିକୁ ଲଗାଅ।


ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ।


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ।


ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା'ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି।


ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ।


କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।


Swiv nou:

Piblisite


Piblisite