Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:14 - ପବିତ୍ର ବାଇବଲ

14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଣୁ ଉକ୍ତ ଅଛି, “ହେ ନିଦ୍ରିତ, ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”

Gade chapit la Kopi

ଓଡିଆ ବାଇବେଲ

14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କାରଣ ଆଲୋକ ସମସ୍ତ ବିଷୟର ପ୍ରକାଶକ। ସେଥିପାଇଁ ଏହିପରି ଲେଖାଅଛି: “ହେ ନିଦ୍ରିତ, ଜାଗ୍ରତ ହୁଅ ଓ ମୃତମାନଙ୍କ ମଧ୍ୟରୁ ଉତ୍ôଥତ ହୁଅ! ଖ୍ରୀଷ୍ଟଙ୍କ ଆଲୋକରେ ଉଦ୍ଭାସିତ ହୁଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”

Gade chapit la Kopi




ଏଫିସୀୟ 5:14
23 Referans Kwoze  

“ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପରେ ପ୍ରତିଭାତ ହୋଇଛି।


ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।”


ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ।


ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ଯିରୁଶାଲମ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧ୍ୟରେ ତୁମ୍ଭ ମଧ୍ୟକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।


ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।


ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି।


ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ! କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ।


ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର।


ମୁଁ ଜଗତରେ ଥିବା ପର୍ଯ୍ୟନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।”


ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”


ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।


ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ୟରୁ କେତେକ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏ କଥା ମୁଁ କହୁଛି।


ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।


ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା'ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ।


ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’”


“ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ, ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।


ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ।


ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।


Swiv nou:

Piblisite


Piblisite